PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

୨୭ରୁ ବିଜେଡିର ସାଂଗଠନିକ ନିର୍ବାଚନ: ୫ ପର୍ଯ୍ୟାୟରେ ହେବ, ୨୬ ଫେବ୍ରୁଆରୀରେ ସରିବ

ଭୁବନେଶ୍ୱର ୨୧/୧୨: ବିଜୁ ଜନତା ଦଳର ସାଂଗଠନିକ ନିର୍ବାଚନ ୫ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଏହି ପ୍ରକ୍ରିୟା ଆସନ୍ତା ୨୭ରୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୬ରେ ସରିବ । ଏ ସୂଚନା ଦେଇଛନ୍ତି ବିଜେଡିର ନିର୍ବାଚନ ଅଧିକାରୀ ତଥା ବିଧାୟକ ପ୍ରତାପ କେଶରୀ ଦେବ ।

ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଶ୍ରୀ ଦେବ କହିଛନ୍ତି, ଦଳ ପକ୍ଷରୁ ସମସ୍ତ ୩୩ ସାଂଗଠନିକ ଜିଲ୍ଲା ପାଇଁ ନିର୍ବାଚନ ଅଧକାରୀ ଏବଂ ଗ୍ରାମପଞ୍ଚାୟତ ସଭାପତି ସହ କମିଟି ସଭ୍ୟ, ନଗରାଞ୍ଚଳ ୱାର୍ଡ ସଭାପତି ସହ କମିଟି ସଭ୍ୟପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଏହା ପ୍ରଥମ ଦଫାରେ ୨୭ ଡିସେମ୍ବରରୁ ୧୩ ଜାନୁଆରୀ ମଧ୍ୟରେ ସରିବ । ଜାନୁଆରୀ ୧୪ରୁ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ୨୯ରେ ସରିବ । ଏଥିରେ ବ୍ଲକ ସଭାପତି, ବ୍ଲକ କମିଟି ସଭ୍ୟ, ଏନ୍‌ଏସି, ମ୍ୟୁନିସପାଲଟି, ମହାନଗର ନିଗମଗୁଡ଼ିକର ସଭାପତି ଓ କମିଟି ସଭ୍ୟପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ତୃତୀୟ ପର୍ଯ୍ୟାୟରେ ଜାନୁଆରୀ ୩୦ରୁ ୧୫ ଫେବ୍ରୁଆରୀ ମଧ୍ୟରେ ଜିଲ୍ଲା ସଭାପତି ଓ ଜିଲ୍ଲା କମିଟି ସଭ୍ୟ ପଦ ପାଇଁ ଭୋଟ ହେବ ।

ସେହିପରି ଚତୁର୍ଥ ପର୍ଯ୍ୟାୟ ୧୬ ଫେବ୍ରୁଆରୀରୁ ୧୮ ଫେବ୍ରୁଆରୀ ଯାଏ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟ ପରିଷଦ ସଭ୍ୟ ପଦ ପାଇଁ ନିର୍ବାଚନ ହେବ । ୫ମ ତଥା ଶେଷ ପର୍ଯ୍ୟାୟ ଭୋଟ ୨୩ ଫେବ୍ରୁଆରୀରୁ ଆରମ୍ଭ ହୋଇ ୨୬ରେ ସରିବ । ଏହି ପର୍ଯ୍ୟାୟରେ ରାଜ୍ୟ କାର୍ଯ୍ୟକାରୀ କମିଟି ଓ ରାଜ୍ୟ ସଭାପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ସାମ୍ବାଦିକ ସମ୍ମିଳନୀରେ ଦଳର ସାଧାରଣ ସଂପାଦକ ବିଜୟ କୁମାର ନାୟକ ଉପସ୍ଥିତ ଥିଲେ।