PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ଆସ୍କା ନିର୍ବାଚନ ମଣ୍ଡଳୀରେ ନବୀନଙ୍କ ମାରାଥନ ପ୍ରଚାର

ବ୍ରହ୍ମପୁର ୧୨/୪: ଆଜି ଆସ୍କା ନିର୍ବାଚନ ମଣ୍ଡଳୀରେ ମାରାଥନ ନିର୍ବାଚନୀ ପ୍ରଚାର କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରୋଡସୋ କରିଛନ୍ତି ନବୀନ । ପାଟପୁରଠାରୁ ସାନପାରଳାଖେମୁଣ୍ଡି ଯାଏଁ ନିର୍ବାଚନ ପ୍ରଚାର ରୋଡ୍‌ ସୋ’ କରିଛନ୍ତି ନବୀନ ।

ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ ନବୀନ କହିଛନ୍ତି ଯେ ୪୦ ଲକ୍ଷ ହିତାଧିକାରୀ କାଳିଆ ଯୋଜନାରୁ ଆର୍ଥିକ ସହାୟତା ପାଇ ସାରିଛନ୍ତି। ବାକି ୨୧ ଲକ୍ଷ ହିତାଧିକାରୀଙ୍କ ସହାୟତା ରାଶିକୁ ଯଡଯନ୍ତ୍ର କରି ଅଟକା ଯାଇଛି। ସମ୍ପୃକ୍ତ ହିତାଧିକାରୀମାନେ ଭୋଟ୍‌ ଦେବା ବେଳେ ତାର ଉଚିତ ଜବାବ ଦେବେ ବୋଲି ନବୀନ କହିଛନ୍ତି। ମୁଁ ଥିବା ଯାଏଁ କାଳିଆ ଯୋଜନାକୁ କେହି ବନ୍ଦ କରି ପାରିବେ ନାହିଁ ବୋଲି ନବୀନ କହିଛନ୍ତି ।  

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି  ଏବଂ ଲୋକଙ୍କ ଆଶୀର୍ବାଦ କାମନା କରିଛନ୍ତି । ୧୮ରେ ହେବାକୁ ଥିବା ଦ୍ୱିତୀୟ ପଯ୍ୟାୟ ନିର୍ବାଚନରେ ରାଜ୍ୟର ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀ ସମେତ ଏହା ଅଧିନରେ ଥିବା ୭ଟି ଯାକ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ ।  କହିରଖୁଛୁ ମୁଖ୍ଯମନ୍ତ୍ରୀ ଏଥର ନିର୍ବାଚନ ଲଢୁଥିବା ୨ଟି ଆସନ ମଧ୍ଯରୁ ଗୋଟିଏ ଆସନ ତଥା ହିଞ୍ଜିଳି ବିଧାନସଭା ଏହା ଅଧିନରେ ରହିଛି  । ତେଣୁ ଏହି ନିର୍ବାଚନ ମଣ୍ଡଳୀ ରାଜ୍ୟ ରାଜନୀତିରେ ବେଶ୍ ଗୁରୁତ୍ୱପୂର୍ଣ୍ଣ । ତେବେ ଏହା ପରେ ମୁଖ୍ଯମନ୍ତ୍ରୀ ହିଞ୍ଜିଳି ଗସ୍ତ କରି ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

ସମ୍ବନ୍ଧିତ ଖବର