PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ପ୍ରେମ ନେଇ ବୋମା ମାଡ଼: ଜଣେ ଆହତ, ୨ ଅଟକ

ଜଗତସିଂହପୁର ୧୦/୦୮: ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଡେରିକି ଗୋବରୀ କୁଳ ଗାଁ ରେ ବୋମା ମାଡ଼। ବୋମା ମାଡ଼ କରୁଥିବା ବେଳେ ହାତରେ ବୋମା ଫୁଟି ଜଣେ ଅପରାଧୀଆହତ ହୋଇଛି । ଆହତ ଅପରାଧୀ ଖଇରା ଗାଁର ସମରା ରାୟ ବୋଲି ପୋଲିସ ସୂତ୍ରରୁ ଜଣା ପଡ଼ିଛି। ଆହତକୁ ଜଗତସିଂହପୁର ଜିଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରା ଯାଇଛି। ଅନ୍ୟ ଦୁଇ ସହଯୋଗୀ ନାଉଗାଁ ପୋଲିସ ଦ୍ୱାରା ଅଟକ ରହିଛନ୍ତି । ପ୍ରେମ ଜନିତ ଘଟଣାକୁ ନେଇ ବୋମା ମାଡ଼ ହୋଇ ଥିବାର ପ୍ରାଥମିକ ତଦନ୍ତରୁ ଜଣାଯାଇଛି । ଖବର ପାଇ ନାଉଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇ ଥିବା ବେଳେ ଅପରାଧୀ ମାନେ ଛାଡି ଜସିଥିବା ଏକ ଖେଳନା ବନ୍ଧୁକକୁ ଜବତ କରି ତଦନ୍ତ ଚଳାଇଛି ।

ସୂଚନା ମୁତାବିକ, ଗତକାଲି ରାତିରେ ଖଇରା ଗାଁର ସମରା ରାୟ ନାମକ ଜଣେ ଯୁବକ ସହ ଅନ୍ୟ ପାଞ୍ଚ ଜଣ ଯୁବକ ଏକ ଇଣ୍ଡିକା କାରରେ ଗୋବରୀ କୁଳ ଗାଁରେ ପହଞ୍ଚବା ସହିତ ଏହି ଗାଁର ଙ୍କ ଘରେ ପଶି ଅଶ୍ଳୀଳ ଭାଷାରେ ଗାଳି ଦେବା ସହ ଘରେ ଥିବା ମହିଳା ମାନଙ୍କୁ ଖେଳନା ବନ୍ଧୁକ ଦେଖାଇ ଭୟଭୀତ କରିବା ସହିତ ଗୃହ କର୍ତାଙ୍କ ଝିଅକୁ ଜୋର ଜବରଦସ୍ତ ଉଠାଇ ନେବାକୁ ଉଦ୍ୟମ କରିଥିଲେ ।

ହେଲେ ଯୁବତୀଙ୍କ ପରିବାର ଲୋକେ ଏହାର ପ୍ରତିବାଦ କରିବାରୁ ସମରା ତାଙ୍କ ଘର ଉପରକୁ ଏକ ବୋମା ପକାଇବାକୁ ଉଦ୍ୟମ କରୁଥିବା ବେଳେ ବୋମାଟି ତାର ହାତରେ ଫୁଟି ଯାଇଥିଲା ।ସମରାର ଡାହାଣ ହାତ ପାପୁଲି ବୋମା ଗୁରୁତର କ୍ଷତି ହୋଇଥିବା ସହ ତାକୁ ଜଗତସିଂହପୁର ମେଡିକାଲରେ ଭର୍ତି କରାଯାଇଥିବା ବେଳେ ଅନ୍ୟ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି ।ନାଉଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ସମ୍ବନ୍ଧିତ ଖବର