PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ, ଜଣେ ଆହତ

ଜଗତସିଂହପୁର ୧୦/୮: ଜଗତସିଂହପୁର ଥାନା ପଲି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ଉପରକୁ ବୋମାମାଡ଼ ହୋଇଛି । ବୋମା ମାଡ଼ରେ ଜଣେ ଆହତ ହୋଇଛନ୍ତି । ଆହତ ଯୁବକ ବଡ଼ ଢେଢିଲୋ ଗାଁର ପ୍ରଭାତ ଗାଆଣ ବୋଲି ଜଣା ଯାଉଛି । ତାଙ୍କୁ ଜଗତସିଂହପୁର ମୁଖ୍ୟ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରା ଯାଇଛି । ଗାଁ ନିକଟସ୍ଥ ପୋଖରୀ ହୁଡାରେ ପ୍ରଭାତ ବସିଥିବା ବେଳେ ନିକଟସ୍ତ ଗାଁର ଅନ୍ୟ ଜଣେ ଯୁବକ ତାର କିଛି ସହଯୋଗୀଙ୍କ ସହ ଦୁଇଟି ବାଇକରେ ଆସି ପ୍ରଭାତ ଉପରକୁ ଦୁଇଟି ବୋମା ମାଡ଼ କରି ଫେରାର ହୋଇ ଯାଇଥିଲେ। ବୋମାମାଡ଼ରେ ଆହତ ଯୁବକଙ୍କୁ ଜଗତସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ମୋବାଇଲରେ ଖରାପ ମେସେଜ ପଠାଇବା ଘଟଣାକୁ ନେଇ ପୂର୍ବରୁ ଉଭୟ ଯୁବକଙ୍କ ମଧ୍ୟରେ ମାରପିଟ ହୋଇଥିଲା । ପୂର୍ବ ରାଗରେ ଏପରି ଘଟଣା ଘଟାଇ ଥିବାର ଆହତ ପ୍ରଭାତର ଭାଇ କହିଛନ୍ତି । ଖବର ପାଇବା ପରେ ଘଟଣାସ୍ଥଳରେ ଜଗତସିଂହପୁର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।