PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ସ୍ତ୍ରୀକୁ ନୃଶଂସ ଭାବେ ହତ୍ୟା କଲା ସ୍ଵାମୀ, ଭାଇର ମୃତ୍ୟୁ ପରେ ଭାଉଜକୁ କରିଥିଲେ ବିବାହ

ବ୍ରହ୍ମଗିରି, ୦୪/୦୮ : ସ୍ତ୍ରୀକୁ ହତ୍ୟା କଲା ପିଶାଚ ସ୍ଵାମୀ। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ପଞ୍ଚଗୋଛିଆ ଗୌଡସାହିରେ ଘଟିଛି ଏଭଳି ନୃଶଂସ ହତ୍ୟାକାଣ୍ଡ। ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖିଛି ପୋଲିସ। ହତ୍ୟାର କାରଣ ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ପଞ୍ଚଗୋଛିଆ ଗୌଡସାହିରେ ନୃଶଂସ ହତ୍ୟାକାଣ୍ଡ। ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ । ମୃତକ ଜଣଙ୍କ ହେଲେ ମାଳତୀ ଦେ । ଅଭିଯୁକ୍ତ ସ୍ଵାମୀ ପ୍ରଭାକର ଦେ ତାଙ୍କ ଭାଇଙ୍କ ମୃତ୍ୟୁ ପରେ ଭଉଜ ମାଳତୀ ଦେଙ୍କୁ ବିବାହ କରିଥିଲେ। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପାରିବାରିକ କଳହକୁ କେନ୍ଦ୍ର କରି ମାଳତୀଙ୍କୁ ପ୍ରଭାକର ହତ୍ୟା କରିଥିବା ଅନୁମାନ କରାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖିଛି ପୋଲିସ। ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।