PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋକସରା: ପଛୁଆ ବର୍ଗ ପକ୍ଷରୁ କୋକସରାରେ ସଂରକ୍ଷଣ ଦାବିରେ ରାସ୍ତା ଅବରୋଧ, ଯାତାୟତ ଠପ୍
  • ||
  • କଳାହାଣ୍ଡି: ଅଙ୍ଗନୱାଡି କର୍ମୀ ଚୟନ ପାଇଁ ରାମପୁର ଆଇସିଡିଏସ୍ ସିଡିପିଓ ଲକ୍ଷେ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ଟିମ୍
  • ||
  • କଟକ: ଦୀପାବଳିରେ ବାଣ ଫୁଟାଇବାକୁ ନେଇ ମାମଲା, ପିଟିସନ୍ ଖାରଜ; ସାନି ପିଟିସନ୍ ଦାଖଲ ଲାଗି ହାଇକୋର୍ଟଙ୍କ ନିର୍ଦେଶ
  • ||
  • ଭୁବନେଶ୍ୱର: କାର୍‌ଗିଲ୍‌ ବସ୍ତିରୁ ୨୫୪ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ
  • ||
  • ନୀଳଗିରି: ଯୁବତୀଙ୍କୁ ଦୁର୍ବ୍ୟବହାର କରିବା ଯୁବକଙ୍କୁ ପଡିଲା ମହଙ୍ଗା, ଧରାପଡି ନିର୍ଧୁମ ମାଡ଼ ଖାଇଲେ
  • ||
  • ସୀମାନ୍ତରେ ମାଓବାଦୀ ଯବାନ ଗୁଳିବିନିମୟ ୩ ମାଓବାଦୀ ନିହତ, ବନ୍ଧୁକ ଗୋଳାବାରୁଦ ଜବତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ଆଠଗଡ଼: ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାର, ଖାଁ ଖାଁ ଧବଳେଶ୍ଵରଙ୍କ ପୀଠ
  • ||
  • ମୟୂରଭଞ୍ଜ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ, ୧୬ ଦଫା ଦାବିରେ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||
  • ଭୁବନେଶ୍ୱର: ରାଜ୍ୟରେ ୫ ଦିନ ଯାଏ ବଢ଼ିବନି ଶୀତ, ୨୮ରୁ ୩୦ ଯାଏ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଅଷ୍ଟମ ଶ୍ରେଣୀ କ୍ଲାସ୍ ରୁମ୍ ପାଠପଢ଼ା, ପ୍ରଥମ ଦୁଇଦିନ ହସଖୁସି ପିଲାଙ୍କ ଶିକ୍ଷଣସ୍ତର ମପାଯିବ
  • ||
  • ରାୟଗଡ଼ା: ବସ୍ତି ଉଚ୍ଛେଦ ପ୍ରତିବାଦରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ। ରାସ୍ତା ଅବରୋଧ ଆରମ୍ଭ ହେବାର ମାତ୍ର ୧ ଘଣ୍ଟା ପରେ ସମସ୍ତଙ୍କୁ ଉଠେଇ ନେଲା ପୁଲିସ।
  • ||
  • ଜଗତସିଂହପୁର: ୩୦୦ ଗ୍ରାମ ବ୍ରାଉନସୁଗର ସହ ନଗଦ ଟଙ୍କା ଜବତ କଲା ଜଗତସିଂହପୁର ପୋଲିସ, ଜଣେ ମହିଳା ଅଟକ
  • ||

ସ୍ତ୍ରୀ ସହ ଅନୈତିକ ସମ୍ପର୍କ ସନ୍ଦେହରୁ ହତ୍ୟାକାଣ୍ଡ : ଭିଣୋଇର କଟାମୁଣ୍ଡ ଧରି ବୁଲିଲା ଶଳା

ନବରଙ୍ଗପୁର ୦୯/୦୮: ସ୍ତ୍ରୀ ସହ ଅନୈତିକ ସମ୍ପର୍କ ସନ୍ଦେହରେ ହତ୍ୟାକାଣ୍ଡ । କଟାମୁଣ୍ଡ ଧରି ଗାଁ ଦାଣ୍ଡରେ ବୁଲିଲା ଅଭିଯୁକ୍ତ । ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ହାତିବାଡ଼ି ଗାଁରେ । ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିଛି । ଅଭିଯୁକ୍ତ ହେଲା ଗାଁର ଡମ୍ବରୁ ଗୌଡ଼ । ହତ୍ୟାର ଶିକାର ହୋଇଛନ୍ତି ସେହି ଗାଁର ରତନ ଗୌଡ । ଡମ୍ବରୁ ଓ ରତନ ସମ୍ପର୍କରେ ଶଳା ଭିଣୋଇ ।

ପୁଲିସ ସୂଚନା ଅନୁସାରେ, ଡମ୍ବରୁର ପିଉସୀ ଝିଅକୁ ରତନ ବିବାହ କରିଥିଲେ । ଡମ୍ବରୁର ସ୍ତ୍ରୀଙ୍କ ସହ ରତନଙ୍କର ସମ୍ପର୍କ ଥିଲା । ଏହା ଅନୈତିକ ବୋଲି ଡମ୍ବରୁ ସନ୍ଦେହ କରି ଆସୁଥିଲା । ଶୁକ୍ରବାର ଦିନ ସାଢ଼େ ୧ଟାରେ ରତନ ଗାଁ ନିକଟ ନାଳକୁ ଗାଧୋଇବାକୁ ଯାଇଥିଲେ । ଏହି ସମୟରେ ଡମ୍ବରୁ ଏକ ଟାଙ୍ଗିଆ ଧରି ରତନଙ୍କୁ ଆକ୍ରମଣ କରିଥିଲା । ଟାଙ୍ଗିଆ ଚୋଟରେ ଡମ୍ବରୁ ରତନଙ୍କ ମୁଣ୍ଡକୁ ଶରୀରରୁ ଅଲଗା କରି ଦେଇଥିଲା । ପରେ କଟା ମୁଣ୍ଡକୁ ଧରି ଡମ୍ବରୁ ଘଟଣାସ୍ଥଳରୁ ଆସି ଗାଁ ଦାଣ୍ଡରେ ବୁଲିଥିଲା । ପରେ ମୁଣ୍ଡଟିକୁ ନେଇ ନାଳ ନିକଟରେ ପଡ଼ିଥିବା କଟା ଶରୀର ପାଖରେ ରଖି ଦେଇଥିଲା। ସାଇକେଲ୍‌ରେ ସେହିଦିନ ସନ୍ଧ୍ୟାରେ ଡମ୍ବରୁ ଝରିଗାଁ ଥାନାରେ ଆତ୍ମସମର୍ପଣ କରିଥିଲା । ପୁଲିସ ନାଳ ନିକଟରେ କଟାମୁଣ୍ଡ ଓ ଶରୀର ଠାବ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା ।