ସ୍ଥଳଭାଗ ଆଡ଼କୁ ମୁହାଁଉଛି ‘ବୁଲବୁଲ୍’ : ଆଜି ମଧ୍ୟରାତ୍ର ସୁଦ୍ଧା ସୁନ୍ଦରବନରେ କରିବ ଲ୍ୟାଣ୍ଡଫଲ

ଭୁବନେଶ୍ବର ୯।୧୧: ସ୍ଥଳଭାଗ ଆଡ଼କୁ ମୁହାଁଉଛି ସାମୁଦ୍ରିକ ବାତ୍ୟା ବୁଲବୁଲ । ପଶ୍ଚିମବଙ୍ଗ- ବାଂଲାଦେଶ ଉପକୂଳର ମଝିଦେଇ ସ୍ଥଳ ଭାଗକୁ ପ୍ରବେଶ କରିବ । ସୁନ୍ଦରବନର ଡେଲ୍ଟା ଅଞ୍ଚଳରେ ଏହା ସ୍ଥଳ ଭାଗରେ ପ୍ରବେଶ କରିବ ବୋଲି କୁହାଯାଉଛି । ଏହି ସମୟରେ ପବନର ବେଗ ୧୧୦-୧୨୦ ରହିବ ଏବଂ ଗଷ୍ଟିଂ ୱିଣ୍ଡ ସ୍ପିଡ୍ ପ୍ରାୟ ୧୩୫ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଓଡିଶା, ପଶ୍ଚିମବଙ୍ଗ, ମିଜୋରାମ, ତ୍ରିପୁରା ଆସାମ ଓ ମେଘାଳୟରେ ଦୁଇଦିନ ଧରି ବର୍ଷା ଲାଗି ରହିବ ।

ବାତ୍ୟା ବୁଲବୁଲ ପାରାଦୀପ ଠାରୁ ୧୩୦ କିଲୋମିଟର ଦୂରରେ ରହିଛି । ଆଜି ଦିନ ୧୦ଟାରୁ ୧୧ଟା ମଧ୍ୟରେ ଏହା ପାରାଦୀପ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଉଛି । ବାତ୍ୟା ବୁଲବୁଲ୍ ପ୍ରଭାବରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମୟୁରଭଞ୍ଜ, କଟକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୪ଟି ଜିଲ୍ଲା ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବର୍ଷାର ପରିମାଣ ଅଧିକ ରହିବ।  ଘଣ୍ଟା ପ୍ରତି ୭୦ ରୁ ୯୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ତେବେ ଫନି ଠାରୁ ବାତ୍ୟା ବୁଲବୁଲର ପ୍ରଭାବ କମ୍ ରହିବ ବୋଲି କହିଛି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସକାଳୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସ୍ଥାନୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରରେ ପହଞ୍ଚି ପାଣିପାଗ କେନ୍ଦ୍ରର ମହା ନିର୍ଦେଶକଙ୍କ ସହ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ସ୍ଥିତି ଓ ସେଥିଯୋଗୁଁ ହେଉଥିବା ବୃଷ୍ଟିପାତ ବିଷୟରେ ସମୀକ୍ଷା କରିଛନ୍ତି।

   ସମ୍ବନ୍ଧିତ ଖବର


ଏଣିକି ଦୋକାନ ନାଁ ଓଡ଼ିଆରେ ନଲେଖିଲେ ଦେବାକୁ ପଡିବ ଜୋରିମାନା

ଦିଲ୍ଲୀ –ଉତ୍ତରାଖଣ୍ଡ ସହିତ ଉତ୍ତର ଭାରତର ବହୁ ସହରରେ ଭୂକମ୍ପ ଝଟକା ଅନୁଭୂତ

ପୁଣି ୟୁପି ରାଜନୀତିକୁ ଫେରିବ କି ଦାଦା-ପୁତୁରାଙ୍କ ଯୋଡି? ସମାଜବାଦୀ ପାର୍ଟି ସହ ମେଣ୍ଟ କରିବା ନେଇ ଏହା କହିଲେ ଶିବପାଲ

ବିଲ୍ ଗେଟସଙ୍କ ସହିତ ସ୍ମୃତି ଇରାନୀ ସେୟାର କଲେ ଫଟୋ, କ୍ୟାପସନରେ ନିଜ ପାଠପଢାକୁ ନେଇ ଏଭଳି ଲେଖିବା ପରେ ୟୁଜର୍ସ କହିଲେ…