PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଅଟୋ ଉପରେ ଚଢିଗଲା ଟ୍ରକ୍, ଘଟଣାସ୍ଥଳରେ ଡ୍ରାଇଭର ମୃତ

ସମ୍ବଲପୁର, ୦୪/୦୬ : ପୁଣି ବୁର୍ଲା ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଟୋ ଉପରେ ମାଡି ଗଲା ଟ୍ରକ୍ । ଫଳରେ ଦୁର୍ଘଟଣାରେ ଅଟୋଟି ଚୁରମାର ହୋଇଯାଇଥିବା ବେଳେ ଅଟୋ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ତେବେ ଦୁର୍ଘଟଣାଗ୍ରସ୍ତ ଅଟୋଟି କେଉଁ ଅଞ୍ଚଳର ଏବଂ ମୃତ ଡ୍ରାଇଭରଙ୍କ ପରିଚୟ ମିଳିପାରି ନାହିଁ । ଘଟଣା ସ୍ଥଳରେ ବୁର୍ଲା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଅନ୍ୟପଟେ ଦୁର୍ଘଟଣା ଘଟେଇଥିବା ଟ୍ରକଟି ଘଟଣାସ୍ଥଳରୁ ଫେରାର ହେବାକୁ ଉଦ୍ୟମ କରୁଥିବା ବେଳେ କତାପାଲି ଛକ ନିକଟରେ ପୁଲିସ ଟ୍ରକକୁ ଧରିଥିବା ଜଣା ପଡ଼ିଛି । ତେବେ ଏହି ଦୁର୍ଘଟଣାଟି ମହାନଦୀ ପୋଲ ଉପରେ ଘଟିଥିବାରୁ ବରଗଡ଼- ସମ୍ବଲପୁର ଜାତୀୟ ରାଜପଥର ଉଭୟ ପଟରେ ହଜାର ହଜାର ଯାନ ବାହାନ ଅଟକି ରହିବା ସହିତ ଟ୍ରାଫିକ୍ ଜାମ ପରିସ୍ଥିତି ସୃଷ୍ଟି ହୋଇଛି ।