ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍: ଅଳ୍ପକେ ବର୍ତ୍ତିଗଲେ ୫୦ରୁ ଅଧିକ ଯାତ୍ରୀ, ୫ ଆହତ

ଢ଼େଙ୍କାନାଳ ୧୨/ ୦୧: ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌। ଅଳ୍ପକେ ବର୍ତ୍ତିଗଲେ ୫୦ରୁ ଉର୍ଦ୍ଧ ଯାତ୍ରୀ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଆଳତୁମା ନିକଟରେ ଏହି ମର୍ମଦୁନ୍ତ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବିକ, ଗତକାଲି ବିଳମ୍ବିତ ରାତିରେ ‘ରାମଜି’ ନାମକ ଏକ ଯାତ୍ରୀବାହି ବସ୍‌ଟି ରାଉରକେଲାରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ କାମାକ୍ଷାନଗର ଥାନା ଅନ୍ତର୍ଗତ ଆଳତୁମା ନିକଟରେ ହାଇଓ୍ବା ଟ୍ରକ୍ ସାମ୍ନା ପଟୁ ଆସିଯିବାରୁ ଯାତ୍ରୀବାହି ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା । ଯାହାଫଳରେ ଗାଡିରେ ଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୫ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ସମସ୍ତ ଆହତଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ଘଟଣା ସ୍ଥଳରେ ପୁଲିସ ପହିଞ୍ଚି ବସକୁ ଉଦ୍ଧାର କରିବା ସହ ଡ୍ରାଇଭରକୁ ଅଟକ ରଖିଥିବା ସୂଚନା ମିଳିଛି।