ପୁଣି ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଗୁରୁତର

ଜଳେଶ୍ବର ୩୧/୫: ପୁଣି ପ୍ରବାସି ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ। ଟ୍ରକକୁ ପଛପଟୁ ବସ୍‌ଟି ଧକ୍କା ଫଳରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ବସ୍ତା ପୋଲିସ ପହଞ୍ଚି ପ୍ରବାସୀଙ୍କୁ ଉଦ୍ଧାର କରିବା ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିବା ସୂଚନ ମିଳିଛି।

ସୂଚନା ମୁତାବିକ, ବସ୍‌ଟି କେରଳରୁ ପଶ୍ଚିମବଙ୍ଗର ମୁର୍ଶିଦାବାଦକୁ ପ୍ରବାସୀ ଶ୍ରମିକଙ୍କୁ ଧରି ଯାଉ ଥିବାବେଳେ ବସ୍ତା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ପଛପଟୁ ବସ୍‌ଟି‌ ଧକ୍କା ଦେଇଥିଲା। ଫଳରେ ବସ୍‌ଟି ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବରେ କ୍ଷତିଗ୍ରସ୍ତ ହୋଇଛି। ବସ୍‌ରେ ୪୦ ଜଣ ପ୍ରବାସୀ ଥିବା ଜଣାପଡିଛି। ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   ସମ୍ବନ୍ଧିତ ଖବର


ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ନଭେମ୍ବର ୧ରୁ ଉତ୍ତରରେ, ୩ରେ ଉପକୂଳରେ ବର୍ଷା ସମ୍ଭାବନା

ଜମ୍ମୁ-କଶ୍ମୀର: କୁଲଗ୍ରାମରେ ଆତଙ୍କୀ ଆକ୍ରମଣ, ଚାଲିଗଲା ୩ ବିଜେପି ନେତାଙ୍କ ଜୀବନ

ବାଲେଶ୍ବରରେ ନବୀନଙ୍କ ଡିଜିଟାଲ ରାଲି, କହିଲେ- କରୋନା ଦୂର ହେଲେ ଆପଣମାନଙ୍କ ପାଖକୁ ଆସିବି

ଅନନ୍ୟ ଆରମ୍ଭ, ଆଗ୍ରହୀ ପ୍ରତିଭାକୁ ସୁଯୋଗ ଦେବ ନ୍ୟୁଜ 7: ଆସନ୍ତା ୩୦ ତାରିଖରୁ ଆରମ୍ଭ ହେଉଛି ନ୍ୟୁଜ୍ 7 କ୍ଷୁଦ୍ର ଚଳଚ୍ଚିତ୍ର ୨୦୨୦ ମହୋତ୍ସବ

ଚଳିତ ବର୍ଷ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ନାଗାର୍ଜୁନ ବେଶ ଦର୍ଶନ- କୋଭିଡ୍‌ କଟକଣା ଯୋଗୁଁ ଶ୍ରୀମନ୍ଦିର ନୀତି ସବ୍‌କମିଟି ବୈଠକରେ ନିଷ୍ପତ୍ତି

ଚଳିତ ବର୍ଷ କାର୍ତ୍ତିକରେ ଶ୍ରୀକ୍ଷତ୍ର ପୁରୀରେ ହବିଷ୍ୟାଳୀଙ୍କୁ ମନା- ନ ଆସିବା ପାଇଁ କହିଲେ ପୁରୀ ପ୍ରଶାସନ