କେନ୍ଦୁଝର: ବସକୁ ପିଟିଲା ଟ୍ରକ୍, ଜଣେ ମୃତ ୮ ଗୁରୁତର

କେନ୍ଦୁଝର ୨୫|୪: କେନ୍ଦୁଝରରେ କାଞ୍ଜିପାଣି ଘାଟିରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ହୋଇଛି । ଯାତ୍ରୀବାହୀ ବସକୁ ପଛରୁ ଟ୍ରକ ପିଟିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଗୁରୁତର ହୋଇଛନ୍ତି ।  ଦୁଇ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାବେଳେ ୬ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

ସୂଚନାଯୋଗ୍ୟ ଯେ, କେନ୍ଦୁଝର କାଞ୍ଜିପାଣି ଘାଟିରେ ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଛି ଟ୍ରକ୍ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଗୁରୁତର ହୋଇଛନ୍ତି ।  ଦୁଇ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାବେଳେ ୬ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।  ଗତକାଲି ରାତିରେ ରାକେଶ ନାମକ ଘରୋଇ ବସ୍‌ଟି କେନ୍ଦୁଝରରୁ ରାଉରକେଲା ଅଭିମୁଖେ ଯାଉଥିଲା । ଠିକ୍ ରାତି ପ୍ରାୟ ୧ଟା ସମୟରେ ବସ୍‌ଟି କାଞ୍ଜିପାଣି ଘାଟି ପାର ହେଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ମାଲ୍ ବୋଝେଇ ଟ୍ରକ୍ ପଛପଟୁ ବସ୍‌ଟିକୁ ଧକ୍କା ଦେଇଥିଲା । ଫଳରେ ବସ୍‌ଟି ରାସ୍ତା କଡକୁ ଓଲଟି ପଡିଥିଲା ଓ ଟ୍ରକ୍‌ଟି ଧକ୍କା ଦେଇ ଘାଟି ତଳକୁ ଖସି ପଡିଥିଲା ।

ଘଟଣାସ୍ଥଳରେ ୬ବର୍ଷର ଶିଶୁର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ୨୧ଜଣ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଜିଲ୍ଲା ମୁଖ୍ୟ  ଚିକିତ୍ସାଳୟରେ ଦୁଇ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରା ଯାଇଥିବା ବଳେ ୬ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାସଳୟରେ ଚିକିତ୍ସିତ ହେଉଛନ୍ତି ।

   ସମ୍ବନ୍ଧିତ ଖବର


୭ ବର୍ଷର ଝିଅକୁ ଧରି ପ୍ରେମିକ ସହ ଚମ୍ପଟ ମାରିଲେ ମହିଳା, ବିଚରା ସ୍ୱାମୀ ଥାନାରେ କରୁଛି ଗୁହାରୀ

କରୋନା ସହ ୧୨ଦିନର ଲଢେଇ ପରେ ଆଖିବୁଜିଲେ କଳାକାର: ବିଶିଷ୍ଟ ଚିତ୍ରଶିଳ୍ପୀ ଶ୍ୟାମ ପ୍ରସାଦ ପଟ୍ଟନାୟକଙ୍କ ଦେହାନ୍ତ

ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆସିଲା ରାୟ: ପ୍ରେମିକ ସମେତ ୨ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଦଣ୍ଡ ସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା

ସାମାନ୍ୟ କଥାରୁ ବୀଭତ୍ସ ହତ୍ୟାକାଣ୍ଡ: ପତ୍ନୀର ମୁଣ୍ଡ ଗଣ୍ଡି ଅଲଗା କରିଦେଲା ସ୍ୱାମୀ, ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ଆଦିବାସୀ ନାବାଳିକା ଦୁଷ୍କର୍ମ ମାମଲା: ୩ ସପ୍ତାହ ପରେ ଜେଲ୍‌ ଗଲେ ଓଏଏସ୍‌ଙ୍କ ଶ୍ୱଶୁର

ଆଖି ବୁଜିଲା ସନ୍ଧାନୀ କୁକୁର ଗ୍ରେସିଇ, ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଦିଆଗଲା ଶ୍ରଦ୍ଧାଞ୍ଜଳୀ