PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୀମପୁର ନିକଟରେ ଚାଲିଥିଲା ଜୁଆ ଖେଳ, ଆଡ୍ଡା ଉପରେ ଚଢ଼ଉ କଲା ଜରଡା ପୁଲିସ, ୧ଲକ୍ଷ ୬୬ହଜାର ୪୬୦ ଟଙ୍କା ସହ ୮ ବାଇକ ଓ ୬ ମୋବାଇଲ ଫୋନ୍ ଜବତ, ୧୦ ଗିରଫ
  • ||
  • ପାରାଦୀପ: ଅଠରବାଙ୍କୀ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ,ହାଇଡ୍ରା ମେସିନ୍ ଧକ୍କାରେ ସାଇକେଲ ଆରୋହୀର ମୃତ୍ୟୁ
  • ||
  • ବଡମ୍ବା: ପୁର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୫ଜଣ ଆହତ ହୋଇ ଥିବାବେଳେ ୨ଜଣଙ୍କ ଅବସ୍ଥା ଗୁରୁତର
  • ||
  • ଖୁଣ୍ଟା: କୂଅ ଭିତରୁ ମଲା ଛେଳି ଉଦ୍ଧାର କରିବାକୁ ଯାଇ ଶବ ପାଲଟି ଗଲେ ଯୁବକ, ଅଣନିଶ୍ୱାସୀ ହୋଇ ଜୀବନ ହାରିଲେ…
  • ||
  • ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବଢ଼ୁଛି ଦୁର୍ବୃତ୍ତଙ୍କ ଆତଙ୍କରାଜ, ଏକାଧିକ ଗାଡି ଭାଙ୍ଗିଲେ
  • ||
  • କଟକ: ଆଜିଠୁ ଖୋଲିବ ଅଟୋମୋବାଇଲ୍‌ ସୋ-ରୁମ୍‌, ଆରମ୍ଭ ହେବ ନୂଆ ଗାଡ଼ି ପଞ୍ଜୀକରଣ
  • ||
  • ନୀଳଗିରି: ଗାଁ ଭିତରକୁ ପଶିଲା ଭାଲୁ, ନାକେଦମ ହେଲା ବନ ବିଭାଗ
  • ||
  • ଭୁବନେଶ୍ୱର: ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର , ଆଇସିୟୁରେ ଚାଲିଛି ଚିକିତ୍ସା
  • ||
  • କାମାକ୍ଷାନଗର: ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ଗୁଳିମାଡରେ ୩ ଗୁରୁତର
  • ||
  • ଖୋର୍ଦ୍ଧା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା , ୩ ଗିରଫ
  • ||
  • ଓଡ଼ିଶାରେ ହ୍ରାସ ପାଉଛି କରୋନା ଟ୍ରେଣ୍ଡ୍‌, ୨୪ ଘଣ୍ଟାରେ ୩୬୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ, ୩୯ଜଣଙ୍କ ଜୀବନ ନେଲା କରୋନା
  • ||
  • ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ବିକ୍ଷିପ୍ତ ସ୍ୱଳ୍ପ ବର୍ଷା ସମ୍ଭାବନା; ୧୮ ଓ ୧୯ରେ ବର୍ଷା ବଢ଼ିବ, ୨୦ରୁ ପାଗ ବଦଳିବ
  • ||
  • ଭୁବନେଶ୍ୱର: ପଳାଶୁଣି ଓଭରବ୍ରିଜ ନିକଟରେ ଓଲଟିଲା କାଙ୍କଡ ବୋଝେଇ ଟ୍ରକ , ଘରକୁ ବୋହି ନେଲେ ଲୋକେ
  • ||
  • ବ୍ରହ୍ମପୁର: ଏମ୍‌କେସିଜିରେ ଅଦ୍ଭୁତ ଶିଶୁ ଜନ୍ମ, କପାଳରେ ରହିଛି ୨ଟି ଆଖି ଓ ନାକ
  • ||
  • ଭୁବନେଶ୍ୱର: ଆଜିଠୁ ଆଂଶିକ ଲକଡାଉନ୍: ୧୭ ଜିଲ୍ଲାରେ ଅପରାହ୍ଣ ୫ ଯାଏ ଦୋକାନ ଖୋଲା, ୧୩ ଜିଲ୍ଲାରେ ଦିନ ଗୋଟାଏ ଯାଏ କଟକଣା କୋହଳ
  • ||
  • ଓଡ଼ିଶାରେ ନୂଆ ଡିଜିପି ତଲାସ ଆରମ୍ଭ, ଦୌଡ଼ରେ ୧୪ ବରିଷ୍ଠ ଆଇପିଏସ୍‌ ଅଫିସ
  • ||

ଦେଶରେ ପ୍ରତିଷ୍ଠା ହେବ ୭୫ ସରକାରୀ ମେଡ଼ିକାଲ କଲେଜ: ସୃଷ୍ଟି ହେବ ୧୫, ୭୦୦ ଏମବିବିଏସ ସିଟ୍

ନୁଆଦିଲ୍ଲୀ ୨୮/୮: ୨୦୨୧-୨୨ ସୁଦ୍ଧା ଦେଶରେ ୭୫ଟି ସରକାରୀ ମେଡ଼ିକାଲ କଲେଜ ଖୋଲାଯିବ । ବର୍ତମାନ ଜାରି ରହିଥିବା କେନ୍ଦ୍ର ପ୍ରାୟୋଜିତ ଯୋଜନାର ତୃତୀୟ ପର୍ଯ୍ୟାୟ ଅନ୍ତର୍ଗତ ଜିଲ୍ଲା ରେଫରାଲ ହସପିଟାଲର ଉନ୍ନତିକରଣ ସହିତ ଏହି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯିବ । ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।

ଆଜି ମଞ୍ଜୁରୀ ଲାଭ କରିଥିବା ଯୋଜନାର କାର୍ଯ୍ୟାନ୍ୱୟନ ଫଳରେ ସ୍ୱାସ୍ଥ୍ୟ ଭିତିଭୂମି ଏବଂ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସଂଖ୍ୟା ବୃଦ୍ଧି ପାଇବ । ଯୋଜନାର କାର୍ଯ୍ୟାନ୍ୱୟନ ଲାଗି ପଂଚଦଶ ଅର୍ଥ ଆୟୋଗଙ୍କ ଅବଧି କାଳ ଅର୍ଥାତ ୨୦୨୧-୨୨ ମଧ୍ୟରେ ୨୪,୩୭୫ ଟଙ୍କା ବ୍ୟୟ ଅଟକଳକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି ।

ବର୍ତମାନ ରହିଥିବା ଜିଲ୍ଲା ରେଫରାଲ ଡାକ୍ତରଖାନା ସହିତ ମେଡ଼ିକାଲ କଲେଜଗୁଡ଼ିକ  ଖୋଲାଯିବା ଫଳରେ ଡାକ୍ତର ଓ ପ୍ରଶିକ୍ଷିତ ଚିକିତ୍ସା ପେସାଦାର ସୃଷ୍ଟି ତଥା ସରକାରୀ କ୍ଷେତ୍ରରେ ଚିକିତ୍ସା ସୁବିଧା ବୃଦ୍ଧି ପାଇବା ସହିତ ଜିଲ୍ଲା ଡାକ୍ତରଖାନାଗୁଡ଼ିକରେ ଭିତିଭୂମିର ଉପଯୋଗ କରାଯାଇ ଦେଶରେ ଡାକ୍ତରୀ ଶିକ୍ଷାକୁ ପ୍ରୋତ୍ସାହନ ଦେବା ସମ୍ଭବ ହୋଇପାରିବ ।

ଯେଉଁ ଅଂଚଳରେ ମେଡ଼ିକାଲ କଲେଜ ନାହିଁ ସେଠାରେ ଥିବା ୨୦୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ଡାକ୍ତରଖାନାରେ ନୂଆ ମେଡ଼ିକାଲ କଲେଜ ଖୋଲାଯିବ । ଆକାଂକ୍ଷୀ ଜିଲ୍ଲା ଏବଂ ୩୦୦ ଶଯ୍ୟା ଥିବା ଜିଲ୍ଲା ଡାକ୍ତରଖାନାକୁ ଅଗ୍ରାଧିକାର ଦିଆଯିବ । ନୂଆ ମେଡ଼ିକାଲ କଲେଜ ପ୍ରତିଷ୍ଠା ଯୋଜନା ଫଳରେ ଦେଶରେ ୧୫,୭୦୦ ଏମବିବିଏସ ସିଟ ସୃଷ୍ଟି ହୋଇପାରିବ ।

ଦେଶରେ ସ୍ୱାସ୍ଥ୍ୟ ଭିତିଭୂମି ସୃଷ୍ଟି ଉପରେ ଗୁରୁତ୍ୱାରୋପ କରାଯାଇ ପୂର୍ବରୁ କେନ୍ଦ୍ରୀୟ ଯୋଜନାର ପ୍ରଥମ ପର୍ଯ୍ୟାୟରେ ୫୮ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୪ଟି ନୂଆ ମେଡ଼ିକାଲ କଲେଜ ପ୍ରତିଷ୍ଠା ପ୍ରସ୍ତାବକୁ ମଞ୍ଜୁର କରାଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ମଞ୍ଜୁରିପ୍ରାପ୍ତ ମେଡ଼ିକାଲ କଲେଜ ମଧ୍ୟରୁ ୩୯ଟି ମେଡ଼ିକାଲ କଲେଜ ବର୍ତମାନ ସୁଦ୍ଧା କାର୍ଯ୍ୟକ୍ଷମ ହୋଇସାରିଛି । ୨୦୨୦-୨୧ ସୁଦ୍ଧା ଅବଶିଷ୍ଟ ୧୯ଟି କାର୍ଯ୍ୟକ୍ଷମ ହେବ ।

ସମ୍ବନ୍ଧିତ ଖବର