PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ମହାମାରୀର ନିୟମ ଉଲ୍ଲଂଘନ ଅଭିଯୋଗରେ ଟାଇଗର ଶ୍ରଫଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ ୩।୬: ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଏକ ସାର୍ବଜନୀନ ସ୍ଥାନରେ ବିନା କୌଣସି କାମରେ ବୁଲିବା ପାଇଁ ମହାମାରୀର ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଏହି ମାମଲା ରୁଜୁ ହୋଇଛି। ମୁମ୍ବାଇ ପୋଲିସର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି।

ପୋଲିସ କହିଛି ଯେ, ବିନା କାରଣରେ ଅପରାହ୍ନରେ ଟାଇଗର ଶ୍ରଫଙ୍କୁ ବାନ୍ଦ୍ରା ବସଷ୍ଟାଣ୍ଡ ନିକଟରେ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲୁଥିବା ଦେଖିବାକୁ ମିଳିଥିଲା। ତାଙ୍କ ବିରୋଧରେ ଧାରା ୧୮୮ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି ବୋଲି ଅଧିକାରୀ କହିଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ଅପରାହ୍ନରେ ଦିଶା ଏବଂ ଟାଇଗର ଜିମ୍‌ରୁ ଫେରିବା ପରେ ମୁମ୍ବାଇର ବାନ୍ଦ୍ରା ବସ୍‌ ଷ୍ଟାଣ୍ଡରେ ବୁଲୁଥିଲେ, ଯେତେବେଳେ ମୁମ୍ବାଇ ପୋଲିସ ସେମାନଙ୍କ ଗାଡିକୁ ଅଟକାଇଥିଲା। ଏହି ସମୟରେ ଟାଇଗର କାର ପଛରେ ବସିଥିବା ବେଳେ ଦିଶା ପାଟାନି ଆଗରେ ବସିଥିଲେ।

ସମ୍ବନ୍ଧିତ ଖବର