PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର ମଣ୍ଡଳ କାରାଗାରରେ ଜେଲର ଓ ଆଡମିସନ୍ ଅଧିକାରୀଙ୍କୁ ଓ୍ବାର୍ଡରଙ୍କ ମାଡ, ଥାନାରେ ମାମଲା
  • ||
  • ସମ୍ବଲପୁର: ରାଜପଥରେ ଯାତ୍ରା କରୁଥିବା ଯାନଗୁଡିକ ଡକାୟତି ଉଦ୍ଦେଶ୍ୟରେ ଢ଼ାବାକୁ ବ୍ୟବହାର କରୁଥିଲେ ମାଲିକ, ବେଆଇନ ଅତିକ୍ରମଣ ଏବଂ ଅପରାଧ ପାଇଁ ଢ଼ାବାକୁ ଭାଙ୍ଗିଲା ଜୁଜୁମୁରା ଥାନା
  • ||
  • ଭଦ୍ରକ : ଧାନ କିଣା ହୋଇ ନପାରିବାରୁ ବିଷ ପିଇଲେ ଚାଷୀ, ଟୋକନ ଥିବା ସତ୍ତ୍ଵେ ଧାନ କିଣିଲାନି ଏସଏଚଜି, ଗ୍ରାମାଞ୍ଚଳ ଥାନା ବନ୍ଧଗାଁ ମଣ୍ଡି ଆଗରେ ବିଷ ପିଇଲେ ଚାଷୀ
  • ||
  • ଭଦ୍ରକ: ଧାନ ସଂଗ୍ରହ କେନ୍ଦ୍ରରେ ବିଷ ପିଇଲେ ଚାଷୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ବିଧାନସଭାରେ ପାରିତ ହେଲା ଶ୍ରୀମନ୍ଦିର ସଂକଳ୍ପ, ବାଚନିକ ଭୋଟରେ ପାରିତ ହୋଇଥିବା ବାଚସ୍ପତି ଘୋଷଣା, ସଂକଳ୍ପ ଆଗତ ବେଳେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ମାର୍ଶାଘାଇ: ଜାତୀୟ ରାଜପଥରେ ଟ୍ରକ୍ ଡ୍ରାଇଭରଙ୍କୁ ରକ୍ତାକ୍ତ କରି ଲୁଟ୍ ଓ ରାହାଜାନୀ ଘଟଣା, ୪ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତ ବାନ୍ଧିଲା ପୁଲିସ
  • ||
  • ଭୁବନେଶ୍ବର: ଟିକାକରଣ ପାଇଁ ୨୨ଟି ହସ୍ପିଟାଲ ମନୋନୀତ, ୧୦ଟି ଘରୋଇ ଓ ୧୨ଟି ସରକାରୀ ହସ୍ପିଟାଲରେ ଦିଆଯିବ ଟିକା, ସୂଚନା ଦେଲେ ବିଏମ୍‌ସି କମିଶନର
  • ||
  • ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ କରିପାରନ୍ତି ବଡ଼ ଘୋଷଣା, ଘୋଷଣା ଉପରେ ସମସ୍ତଙ୍କ ନଜର
  • ||
  • ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରେ ଘେରି ମାଛ ଚାଷ ବା କେଜ୍ କଲଚରକୁ ବିରୋଧ, ଆନ୍ଦୋଳନକୁ ଓହ୍ଲାଇବ ବୁଡି ଅଞ୍ଚଳ ସଂଗ୍ରାମ ସମିତି
  • ||
  • ପାରାଦୀପ : ୧୦ ଗ୍ରାମର ବ୍ରାଉନସୁଗାର ଜବତ କଲା ପାରଦୀପ ଅବକାରୀ ବିଭାଗ
  • ||
  • ସମ୍ବଲପୁର: ଭିସୁଟରେ ୨୫ ଛାତ୍ର କରୋନା ପଜିଟିଭ, ପ୍ରଥମ ଶ୍ରେଣୀ ପାଠପଢା ବାତିଲ, ଜିଲ୍ଲାପାଳଙ୍କ ଘଟଣାସ୍ଥଳରେ ଅନୁଧ୍ୟାନ
  • ||
  • ଭୁବନେଶ୍ଵର : ରାଜ୍ୟରେ ନିର୍ମାଣ ହେବ ୨୦ଟି ସାଇନ୍ସ ପାର୍କ, ପ୍ରଥମ ପର୍ଯ୍ୟାୟରେ ୧୦ଟି ଓ ଦ୍ଵିତୀୟ ପର୍ଯ୍ୟାୟରେ ୧୦ଟି ସାଇନ୍ସ ପାର୍କ ନିର୍ମାଣ ହେବ, ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ଅଶୋକ ପଣ୍ଡା
  • ||
  • ଯାଜପୁର : ଯୋଡିକୁଅ ଛକ ନିକଟରେ ଗଛ କଟାଯାଉଥିବା ବେଳେ ଅଘଟଣ, ଗଛ ପଡି ୭ ବର୍ଷର ବାଳକ ମୃତ, ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ସୃଷ୍ଟି
  • ||
  • ଭଦ୍ରକ : ଧାନ ବିକ୍ରିରେ ଅନିୟମିତତା, ଦଲାଲଙ୍କୁ ପ୍ରଶୟ ଦେଇ ଚାଷୀଙ୍କ ଠାରୁ ଧାନ କିଣୁନି ସମବାୟ ସମିତି, ଆନନ୍ଦପୁର ଏନଏଚ ୫୩ ବସନ୍ତିଆ ଛକରେ ଧାନବସ୍ତା ରଖି ରାସ୍ତାରୋକ କଲେ ଶତାଧିକ ଚାଷୀ
  • ||
  • ମାଲକାନାଗିରି : ମାଓ ଯୋଜନା ପଣ୍ଡ, ମାଲକାନଗିରି ସୀମାନ୍ତ ଛତିଶଗଡ଼ କାଙ୍କେର୍ ଜିଲ୍ଲାରେ ମର୍କାନାର-ବଡ଼ପରା ରାସ୍ତା ନିକଟରେ ଆଇଇଡି ଠାବ କଲେ ବି.ଏସ.ଏଫ୍ ଯବାନ
  • ||
  • ରାୟଗଡ଼ା: କାଶୀପୁର ବ୍ଲକ ବଡପୁକେଲ ଗ୍ରାମରେ ହାଜି ମାଝୀ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ଵର : ୫ଟି ହାଇ ରିସ୍କ ରାଜ୍ୟ ଫେରନ୍ତାଙ୍କ ଉପରେ କଡା ନଜର, ୭ ଦିନ ହୋମ ଆଇସୋଲେସନରେ ରହିବେ ଏହି ୫ ରାଜ୍ୟ ଫେରନ୍ତା, ସମସ୍ତ ଜିଲ୍ଲାପାଳ, ପୌରାଞ୍ଚଳ କମିଶନଙ୍କୁ ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
  • ||
  • ବ୍ରହ୍ମପୁର : ଆନ୍ଧ୍ରପ୍ରଦେଶକୁ ବାଲି ଚୋରା ଚାଲାଣ ବେଳେ ଚଢାଉ, ୮ଟି ବାଲି ବୋଝେଇ ହାଇୱା ଜବତ କଲା ଛତ୍ରପୁର ପୋଲିସ
  • ||
  • ଜଳେଶ୍ଵର : ଆଜି ପଦ୍ମଭୂଷଣ ମନୋଜ ଦାସଙ୍କ ଜନ୍ମଦିନ, ସେ ଏକାଧାରାରେ ଜଣେ ଦାର୍ଶନିକ, ଜଣେ ଚିନ୍ତକ-ଲେଖକ, ସେ ଜଣେ ଅଗ୍ରଣୀ ଦ୍ୱିଭାଷୀ ଓଡିଆ ଲେଖକ
  • ||
  • କୋରାପୁଟ: ନାରାୟଣ ପାଟଣା ଜଙ୍ଗଲରେ କମ୍ବିଂ ଅପରେସନ ଚାଲିଥିବା ବେଳେ ମାଓ ସାମଗ୍ରୀ ଜବତ, ୬୦ଟି ଜିଲେଟିନ,୫୦ଟି ଇଲେକଟ୍ରିକ ଡିଟୋନେଟର,୫ ବଣ୍ଡେଲ ବିଦ୍ୟୁତ ତାର,୨.୫ କେଜି ଗନ ପାଉଡର ଜବତ କଲା ବିଏସଏଫ
  • ||

ଭାରତରେ ୨୦୨୫ ସୁଦ୍ଧା ଯକ୍ଷ୍ମା ମୂଳୋତ୍ପାଟନ ଲକ୍ଷ୍ୟ

ଭୁବନେଶ୍ୱର, ୨୩/୦୨ : ୨୦୨୫ ସୁଦ୍ଧା ଦୁଃସାଧ୍ୟ ବ୍ୟାଧି ଯକ୍ଷ୍ମା ବା ଟ୍ୟୁବରକ୍ୟୁଲୋସିସ୍‌ (ଟି.ବି)ର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ ଭାରତ ପ୍ରସ୍ତୁତ ହେଉଥିବା ବେଳେ ଏହି ରୋଗ ସହ ଯୁଦ୍ଧ କରିବା ପାଇଁ କ୍ୟାଟରିଜ ବ୍ୟବହୃତ ନ୍ୟୁକ୍ଲି ଏସିଡ୍‌ ଆମ୍ପ୍ଲିଫିକେସନ୍‌ ଟେଷ୍ଟ (ସିବିନାଟ) ମେସିନ୍‌ର ବ୍ୟବହାର ଖୁବ୍‌ ଶକ୍ତିଶାଳୀ ଅସ୍ତ୍ର ଭାବେ ଉଭା ହୋଇପାରିଛି ।

ଟ୍ୟୁବରକ୍ୟୁଲୋସିସ୍‌ର ଚିକିତ୍ସା ନିମନ୍ତେ ସିବିନାଟ ଏକ ଆଶୀର୍ବାଦ ପାଲଟିଥିବା ବେଳେ ଓଡ଼ିଶାର ସମସ୍ତ ଜିଲ୍ଲାରେ ଅତି କମ୍‌ରେ ଗୋଟିଏ ଲେଖାଏଁ ମେସିନ୍‌ ରଖାଯାଇଛି ଯାହା କି କିଛି ଘଂଟା ମଧ୍ୟରେ ଡ୍ରଗ ରେଜିଷ୍ଟାଂଟ ଟିବି କୁ ଚିହ୍ନଟ କରିପାରିବ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଆଣ୍ଡ ହସପିଟାଲ ସ୍ଥିତ ଇଂଟିଗ୍ରେଟେଡ ରେଫରେନ୍ସ ଲାବୋରେଟୋରୀର ସିନିୟର କନସଲଟାଂଟ ମାଇକ୍ରୋବାୟୋଲୋଜିଷ୍ଟ ଡ. ପରେଶ ମହାନ୍ତି ।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପୃଥିବୀରୁ ୨୦୩୦ ସୁଦ୍ଧା ଟିବିର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଥିବାବେଳେ କେନ୍ଦ୍ର ସରକାର ୫ ବର୍ଷ ପୂର୍ବରୁ ଦେଶରୁ ଏହି ରୋଗକୁ ସମ୍ପୂର୍ଣ୍ଣ ନିଶ୍ଚିହ୍ନ କରିବା ପାଇଁ ପଦକ୍ଷେପ ନେଉଥିବା ସୂଚନା ଦେଇଛନ୍ତି ଡ. ମହାନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍‌ ହସପିଟାଲର ପଲମୋନାରୀ ମେଡିସିନ ବିଭାଗ ପକ୍ଷରୁ ଆୟୋଜିତ କଂଟିନ୍ୟୁଇଙ୍ଗ ମେଡିକାଲ ଏଜୁକେସନ (ସିଏମଇ) କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହି ସୂଚନା ଦେଇଛନ୍ତି ।

ଜାନୁୟାରୀ ୧, ୨୦୨୦ ରୁ ଆରମ୍ଭ ହୋଇଥିବା ଜାତୀୟ ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମ (ଆରଏନଟିସିପି)କୁ କେନ୍ଦ୍ର ସରକାର ତ୍ୱରାନ୍ୱିତ କରି ଜାତୀୟ ଯକ୍ଷ୍ମା ମୂଳୋତ୍ପାଟନ କାର୍ଯ୍ୟକ୍ରମ (ଏନଟିଇପି)କୁ ଅଧିକ ତୀବ୍ର କରିବାକୁ ଯୋଜନା ଆରମ୍ଭ କରିଛନ୍ତି ବୋଲି ସେ କହିଥିଲେ ।

ଡ. ମହାନ୍ତି କହିଛନ୍ତି ଯେ ବିଶ୍ୱରେ ୧ କୋଟି ଲୋକ ଯକ୍ଷ୍ମା ରୋଗରେ ପୀଡିତ ଥିବାବେଳେ ଏଥି ମଧ୍ୟରୁ ଭାରତରେ ୨୭ ଲକ୍ଷ ଯକ୍ଷ୍ମା ରୋଗୀ ରହିଛନ୍ତି ଯେଉଁ ମାନଙ୍କ ମଧ୍ୟରୁ ୬୪ ପ୍ରତିଶତ ଲୋକ ବିଭିନ୍ନ ବେସରକାରୀ ଡାକ୍ତରଖାନା ଓ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ତେବେ ଅଧିକାଂଶ ଯକ୍ଷ୍ମାରୋଗୀ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବାରୁ ଜାତୀୟ ଟ୍ୟୁବରକ୍ୟୁଲୋସିସ୍‌ (ଟି.ବି) ମୂଳୋତ୍ପାଟନ କାର୍ଯ୍ୟକ୍ରମ ଜରିଆରେ ସେମାନଙ୍କୁ ଚିହ୍ନଟ କରିବା ସମ୍ଭବ ହୋଇପାରୁନାହିଁ । ତେଣୁ ଏହା ଦ୍ୱାରା ଜାତୀୟ ସ୍ତରରେ ଏହି ରେଗୀମାନଙ୍କୁ ଚିହ୍ନଟ କରିବାରେ ସମସ୍ୟା ସୃଷ୍ଟି ହେଉଛି ବୋଲି ସେ କହିଛନ୍ତି ।

ସେ ଆହୁରି ମଧ୍ୟ କହିଥିଲେ ଯେ ଘରୋଇ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକ ସରକାରୀ ହସପିଟାଲରେ ଥିବା ସିବିନାଟର ସୁଯୋଗ ଉଠାନ୍ତୁ ଏବଂ ମାଗଣାରେ ଏହି ରୋଗକୁ ଚିହ୍ନଟ କରିବାରେ ସହାୟକ ହୁଅନ୍ତୁ । ଯାହା ଦ୍ୱାରା ଏହି ରୋଗ ବିରୁଦ୍ଧରେ ଯୁଦ୍ଧକୁ ତୀବ୍ର କରିବା ସମ୍ଭବ ହେବ ।

ଡେରିରେ ଚିକିତ୍ସା କରାଇଲେ ଡ୍ରଗ ରେଜିଷ୍ଟାଂଟ ଟିବିରେ ପିୀଡିତ ରୋଗରେ ମୃତ୍ୟୁ ହେବାର ମଧ୍ୟ ଯଥେଷ୍ଟ ସମ୍ଭାବନା ରହିଛି । ମାତ୍ର ଏହି ସଂକ୍ରମଣକୁ ପରାସ୍ତ କରିବା ନିମନ୍ତେ ବେଡାକୁଇଲିନ ଓ ଡେଲାମାନିଡ ଭଳି ନୂତନ ଔଷଧ ଉପଲବ୍ଧ ଅଟେ ।

ଏହି କାର୍ଯ୍ୟକ୍ରମରେ ଏନଟିଇପିର ମେଡିକାଲ ଅଫିସର ଡ. ଶାରଦା ପ୍ରସନ୍ନ ମିଶ୍ର, ଆଇଏମଏସ ଆଣ୍ଡ ସମ୍‌ ହସପିଟାଲର ମେଡିକାଲ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ସମ୍‌ ହସପିଟାଲର ପଲମୋନାରୀ ମେଡିସିନ ବିଭାଗର ମୁଖ୍ୟ ପ୍ରଫେସର ବନାନୀ ଜେନା ଏବଂ ପ୍ରଫେସର ରାକ୍ଷୀ ଲୁଦାମ ପ୍ରମୁଖ ବକ୍ତବ୍ୟ ରଖିଥିଲେ ।