PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ରାଜଧାନୀରେ ସେଣ୍ଟ୍ରାଲ ଏକ୍ସସାଇଜ୍ ଆସିଷ୍ଟାଣ୍ଡ କମିଶନରଙ୍କ ଆତ୍ମହତ୍ୟା

ଭୁବନେଶ୍ବର ୨୯/୧୨: ସେଣ୍ଟ୍ରାଲ ଏକ୍ସସାଇଜ୍ ଆସିଷ୍ଟାଣ୍ଡ କମିଶନରଙ୍କ ଆତ୍ମହତ୍ୟା । ମୃତ ଆସିଷ୍ଟାଣ୍ଟ କମିଶନରଙ୍କ ନାମ ଅର୍ଜୁନ କୁମାର ଧଳ ବୋଲି ଜଣାପଡିଛି । ରବିବାର ସକାଳେ ବରମୁଣ୍ଡା ହାଉସିଂବୋର୍ଡ L-338ସ୍ଥିତ ଅର୍ଜୁନଙ୍କ ବାସଭବନରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ଅର୍ଜୁନ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ ଆତ୍ମହତ୍ୟାର କାରଣ ଏପର୍ଯ୍ଯନ୍ତ ଜଣାପଡିନାହିଁ । ଆଉ ୬ ମାସ ପରେ ସେ ଚାକିରୀରୁ ଅବସର ନେଇଥାନ୍ତେ । ଚାକିରିରୁ ଅବସର ନେବାକୁ ଭିଆର୍‌ଏସ୍‌ ମଧ୍ୟ ମାଗିଥିଲେ ଅର୍ଜୁନ । ତେବେ ଆତ୍ମହତ୍ୟା ଖବର ପାଇ ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଯାଇଛି ।