ପ୍ରମୁଖ ଖବର
  • ଫିରିଙ୍ଗିଆ ପୋଲିସ ଦ୍ୱାରା ପୁଣି ୧୦ କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ପୁଣି ପୋଲିସକୁ ଚକମା ଦେଇ ଖସିଗଲେ ମାଫିଆ
  • ||
  • ଆଗପଛ ହୋଇ ଚାଲିଗଲେ ମା’-ପୁଅ, ପୁଅର ସାପ କାମୁଡ଼ାରେ ମା’ର ହୃତଘାତରେ ମୃତ୍ୟୁ
  • ||
  • କେନ୍ଦୁଝର ପୋଲିସକୁ ବଡ଼ ସଫଳତା, ଅନ୍ତଜିଲ୍ଲା ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ଗିରଫ
  • ||
  • ଜଳୁଛି ସାରକୁଣ୍ଡା ରିଜର୍ଭ ଫରେଷ୍ଟ, ବିପଦରେ ଜୀବଜନ୍ତୁ, ମୂଲ୍ୟବାନ ଗଛ
  • ||
  • ଅନୁଗୁଳରେ ଟ୍ରକ୍ ଧକ୍କାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ବାଇକ୍ ଆରୋହୀ ମୃତ
  • ||
  • IPL 2024: ଏକାନ୍ନା ଷ୍ଟାଡ଼ିୟମ୍‌ରେ ସୁପରଜାଏଣ୍ଟ୍‌ଙ୍କୁ ଭେଟିବ ରୟାଲ, ପ୍ରତିଶୋଧ ଲକ୍ଷ୍ୟରେ ଲକ୍ଷ୍ନୌ
  • ||
  • ପଞ୍ଚ ମହଲା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ୩ ମୃତ
  • ||
  • ଶାହଙ୍କ ପରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା, ରବିବାର ଆମ୍ବପୁଆରେ ବିଶାଳ ସଭାକୁ ସମ୍ବୋଧିତ କରିବେ
  • ||
  • IPL ୨୦୨୪: ଆଜି ଦିଲ୍ଲୀ କ୍ୟାପିଟାଲ୍ସ-ମୁମ୍ବାଇ ଇଣ୍ଡିଆନ୍ସ ଫାଇଟ୍, କୁଲଦୀପ-ରୋହିତ ଲଢ଼େଇ
  • ||
  • ଆହୁରି ଭୀଷଣ ହେବ ସୂର୍ଯ୍ୟଙ୍କ ପ୍ରକୋପ: ରାଜ୍ୟରେ ୩୦ ଯାଏ ରେଡ୍‌ ୱାର୍ଣ୍ଣିଂ, ଉପକୂଳ ଓ ପଶ୍ଚିମରେ ଅସମ୍ଭାଳ ତାତି
  • ||

ନିର୍ବାଚନ ପୂର୍ବରୁ ଶ୍ରମିକଙ୍କୁ କେନ୍ଦ୍ର ସରକାରଙ୍କ ଉପହାର, ବଢ଼ିଲା ମନରେଗା ମଜୁରୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଶ୍ରମିକଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର । ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ମନରେଗା)ରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ମଜୁରୀ ବଢ଼ାଇଛନ୍ତି ସରକାର । ଓଡିଶା ସମେତ ଅନେକ ରାଜ୍ୟରେ ଶ୍ରମିକଙ୍କ ମଜୁରୀ ବୃଦ୍ଧି ପାଇଛି । ମଜୁରୀ ହାରକୁ ୩ରୁ ୧୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । 

 କେନ୍ଦ୍ରୀୟ ବିକାଶ ଗ୍ରାମୀଣ ମନ୍ତ୍ରାଳୟ ପକ୍ଷରୁ ଏହାକୁ ବୃଦ୍ଧି କରାଯାଇଛି । ଲୋକସଭା ନିର୍ବାଚନ ପୂର୍ବରୁ ମଜୁରୀ ହାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବୃଦ୍ଧି କରାଯାଇଛି । MGNREGA କର୍ମଚାରୀଙ୍କ ପାଇଁ ନୂତନ ମଜୁରୀ ହାର ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ । ଏଣକି ଓଡିଶାରେ ୨୫୪ ଟଙ୍କା ପାଇବେ ମନରେଗା ଶ୍ରମିକ । 




 ସଂପୂର୍ଣ୍ଣ ତାଲିକା ଉପରେ ନଜର ପକାଇଲେ ଗୋଆରେ ସର୍ବାଧିକ ମଜୁରୀ ବୃଦ୍ଧି ହୋଇଛି । ଏଠାରେ ମନରେଗା ଶ୍ରମିକଙ୍କୁ ୩୫୬ ଟଙ୍କା ମଜୁରୀ ମିଳିବ । ସେହିଭଳି ସିକ୍କିମର ୩ଟି ପଞ୍ଚାୟତରେ ଏହି ମଜୁରି ସବୁଠୁ ଅଧିକ ୩୭୪ ଟଙ୍କା ଧାର୍ଯ୍ୟ କରାଯାଇଛି । ସେହିପରି ଅରୁଣାଚଳ ପ୍ରଦେଶ ଏବଂ ନାଗାଲାଣ୍ଡରେ ସର୍ବନିମ୍ନ ମଜୁରୀ ରହିଛି । ଏଠାରେ ୨୩୪ ଟଙ୍କା ଲେଖାଏଁ ପାଇବେ ଶ୍ରମିକ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.