ପ୍ରମୁଖ ଖବର
  • ଭଦ୍ରକ : ଭୋଟ ଦେବାକୁ ଆସିଥିଲା ସ୍ତ୍ରୀ, ବୁଥ ସାମ୍ନାରେ ହାଣିଲା ସ୍ୱାମୀ
  • ||
  • ନିଆଳିରେ ପ୍ରିଜାଇଡିଂ ଅଫିସର ନିଲମ୍ବିତ କଲେ କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ
  • ||
  • ନୀଳଗିରି: ଭୋଟ ଦେବା ବେଳେ ବୁଥ୍‌ରେ ଟଳିପଡିଲେ ବୃଦ୍ଧ, ମୃତକ ଇଶ୍ୱରପୁର ଅଞ୍ଚଳରେ ସୁରେନ୍ଦ୍ର ମହାନ୍ତି
  • ||
  • ରାଜ୍ୟରେ ଶେଷ ପର୍ଯ୍ୟାୟ ଶେଷ ମତଦାନ, ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଆଜି ଭାରତ-ବାଂଲାଦେଶ ଅଭ୍ୟାସ ମ୍ୟାଚ୍‌
  • ||
  • ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ, ଧୂଆଁମୟ ହୋଇଗଲା ଆକାଶ
  • ||
  • ଓଡିଶା ଦେଉଛି ଶେଷ ପର୍ଯ୍ୟାୟ ଭୋଟ: ୬ ଲୋକସଭା,୪୨ ବିଧାନସଭା ସିଟ୍‌ରେ ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତଦାତା
  • ||
  • କେନ୍ଦୁଝର: ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଙ୍କ ଦେହାନ୍ତ, କାଠ କଣ୍ଢେଇ ନୃତ୍ୟ ପାଇଁ ପାଇଥିଲେ ସମ୍ମାନ
  • ||
  • ଦେଶରେ ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ୯୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତଦାତା
  • ||

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ନେଇ CEO ନିକୁଞ୍ଜ ବିହାରୀଙ୍କ ସମୀକ୍ଷା, ମୁତୟନ ହେବେ ୧୦୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ

ଭୁବନେଶ୍ବର ୧୮/୫: ଆଜି ସନ୍ଧ୍ୟାରେ ଥମିବ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର। ମେ ୨୦ ଅର୍ଥାତ ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ସେ କହିଛନ୍ତି, ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ । ଏଠି ମୋଟ୍ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ । ମହିଳା ଭୋଟରଙ୍କ ସଂଖ୍ୟା ୩୯ ଲକ୍ଷ ୪୫ ହଜାର । ପୁରୁଷ ଭୋଟର ୪୦ ଲକ୍ଷ ୩୩ ହଜାର ୯୯୨ । ତୃତୀୟ ଲିଙ୍ଗ ଭୋଟର ୮୫୧ ରହିଛନ୍ତି । ଏହି ସ୍ଥାନରେ ୯୧୬୨ଟି ମତଦାନ କେନ୍ଦ୍ର ରହିବ । ୧୦୪୧ଟି ବୁଥ ମହିଳା ପୁଲିଂ କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ । ୨୫ଟି ବୁଥ ପିଡବ୍ଲୁଡି କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ । ୧୫୪୧ ଆଦର୍ଶ ବୁଥ ରହିବ ।  

ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି । ଏହି ଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । ସବୁଠାରୁ ଅଧିକ କନ୍ଧମାଳରେ ୨୨, ଗଞ୍ଜାମରେ ୨୦, ସୁନ୍ଦରଗଡ ୧୬, ବଲାଙ୍ଗୀର ଓ ବରଗଡ଼ରେ ୧୪ ଲେଖାଏଁ, ଝାରସୁଗୁଡା ଓ ବୌଦ୍ଧରେ ୫ ଲେଖାଏଁ, ସୁବର୍ଣ୍ଣପୁରରେ ୪, ନୟାଗଡ଼ରେ ୨ କମ୍ପାନୀ ସିଏପିଏଫ୍ ମୁତୟନ ହେବେ ।

୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୬୫ ଜଣ ପ୍ରାର୍ଥୀ ରହିଛନ୍ତି । ସେଥି ମଧ୍ୟରୁ ୪୧ ଜଣ ମହିଳା ପ୍ରାର୍ଥୀ । ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ରହିଛନ୍ତି । ରାଜ୍ୟରେ ଜବତ ଟଙ୍କାର ତଥ୍ୟ  ମୋଟ୍ ୨୫୪ କୋଟି ଟଙ୍କାର ସାମଗ୍ରୀ ଜବତ ହୋଇଛି । ନଗଦ ୧୭ କୋଟି ୧୮ ଲକ୍ଷ, ୩୧ ଲକ୍ଷ ଲିଟର ମଦ, ୭୩ କୋଟି ଟଙ୍କାର ଡ୍ରଗ୍ସ, ୧୪ କୋଟିର ସୁନାଗହଣା ଜବତ ହୋଇଛି । ସବୁଠାରୁ ଅଧିକ ବରଗଡ଼ରେ ନଗଦ ୧ କୋଟି ୨୬ ଲକ୍ଷ ଟଙ୍କା ଏବଂ ୮୦ ଲକ୍ଷ ଟଙ୍କାର ମଦ ଜବତ ହୋଇଛି । କନ୍ଧମାଳରେ ୩୬ ଲକ୍ଷ, ଆସ୍କାରେ ୧୩ ଲକ୍ଷ ଟଙ୍କା ଜବତ ହୋଇଛି । ୬୦ ପ୍ରତିଶତ ବୁଥରେ ହେବ ଲାଇଭ ଷ୍ଟ୍ରିମିଙ୍ଗ ।  

ସେପଟେ ଖଲ୍ଲିକୋଟି ହିଂସା ଘଟଣାରେ ମାମଲା ପଞ୍ଜିକରଣ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଇସିଆଇ ଡ଼ିଜିପିଙ୍କୁ ରିପୋର୍ଟ ତଲବ କରିଥିଲେ । ଶୁକ୍ରବାର ଡ଼ିଜିପି ରିପୋର୍ଟ ଦାଖଲ କରି ସାରିଛନ୍ତି । ଭୋଟ୍ ପାଇଁ ଆଡ଼ିସନାଲ ଡ଼ିଜି ରାଙ୍କର ଅଫିସରଙ୍କୁ ନିଯୁକ୍ତି କରାଯାଇଛି ବୋଲି ସିଇଓ କହିଛନ୍ତି ।

  • PrameyaOdia
  • prameya
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.