PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ପୁରୀ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍ ଘୋଷଣା: କାହାକୁ କେତେ ଟଙ୍କା ମିଳିବ ? ଜାଣନ୍ତୁ ପୁରା ପ୍ୟାକେଜ୍ ସମ୍ପର୍କରେ…

ପୁରୀ ୨।୯ : ଶ୍ରୀମନ୍ଦିର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସ୍ୱତନ୍ତ୍ର ଥଇଥାନ ପ୍ୟାକେଜ ଘୋଷଣା କରିଛନ୍ତି। ବାସଗୃହ ଅଧିକରଣ ଓ ସ୍ୱତନ୍ତ୍ର ଥଇଥାନ ନୀତି ଅନୁସାରେ କ୍ଷତିପୂରଣ ଦିଆଯିବ। ସବୁ ପରିବାରକୁ ଅଧିଗୃହିତ ଅଞ୍ଚଳରେ ଥିବା ଘର ପାଇଁ କ୍ଷତିପୂରଣ ଦିଆଯିବ। ସ୍ଥାନାନ୍ତରିତ ପରିବାରର ପରିବହନ ଖର୍ଚ୍ଚ ପାଇଁ ତୁରନ୍ତ ୫୦ ହଜାର ଟଙ୍କା। ବିସ୍ଥାପିତ ପରିବାର ଘର କିମ୍ବା ଜମି ପାଇବା ଯାଏ ମିଳିବ ଘରଭଡ଼ା। ବିସ୍ଥାପିତ ପରିବାର ଜମି, ଘର ପାଇବା ମାସିକ ୧୦ ହଜାର ଟଙ୍କା ଯାଏ ମିଳିବ। ଏହାସହ ବିସ୍ଥାପିତ ପରିବାରଙ୍କ ପାଇଁ ୩ଟି ଇଚ୍ଛାଧୀନ ସହାୟତା ମଧ୍ୟ ଘୋଷଣା କରାଯାଇଛି। ୩ଟି ଇଚ୍ଛାଧୀନ ସହାୟତାରୁ ଯେକୌଣସି ଗୋଟିଏ ଚୟନ କରିପାରିବେ।

୩ଟି ଇଚ୍ଛାଧୀନ ସହାୟତା ଗୁଡ଼ିକ ହେଉଛି –
୧ – ଗୋଟିଏ ପରିବାର ଏକକାଳୀନ ୩୦ ଲକ୍ଷ ଟଙ୍କା ସହାୟତା ନେଇପାରିବେ। 

୨- ମନ୍ଦିରର ଦେଢ କି.ମି ମଧ୍ୟରେ ଥଇଥାନ କଲୋନୀରେ ୫୨୦ ବର୍ଗଫୁଟର ଘର।
୩ – ମନ୍ଦିରର ୨ କି.ମି ଭିତରେ ୪୦ x ୨୫ ଫୁଟର ଜାଗା।

ମିଳିଥିବା ସୂଚନା ଅନୁଯାୟୀ, ଏକକାଳୀନ ସହାୟତା ନେଇଥିବା ପରିବାର ଘରଭଡ଼ା ପାଇବେ ନାହିଁ। କ୍ଷତିଗ୍ରସ୍ତ ଦୋକାନୀଙ୍କୁ ପରିବହନ ପାଇଁ ଏକକାଳୀନ ୫୦ ହଜାର ଟଙ୍କା ମିଳିବ। କ୍ଷତିଗ୍ରସ୍ତ ଦୋକାନ ଘର ପାଇଁ ମଧ୍ୟ।

୨ ପ୍ରକାର ସହାୟତା ଘୋଷଣା କରାଯାଇଛି
୧- ସାନ, ମଧ୍ୟମ, ବଡ଼ ଦୋକାନ ପାଇଁ ମାସିକ ୫,୧୦,୧୫ ହଜାର ଭଡ଼ା ଦିଆଯିବ।
୨ – ପୁରୀର ବିଭିନ୍ନ ମାର୍କେଟ କପ୍ଲେକ୍ସରେ ଉପଲବ୍ଧ ଦୋକାନ ଘର ଦିଆଯିବ।

ଏହାସହ ଲଜ୍‍ ଅଧିଗ୍ରହଣ ପାଇଁ ମଧ୍ୟ ସରକାର ପ୍ୟାକେଜ ଘୋଷଣା କରିଛନ୍ତି। ୧୫୦୦ ବର୍ଗଫୁଟରୁ ଅଧିକ ଲଜ୍‍ ପାଇଁ ପୁନର୍ବାସ ଥଇଥାନ ଅନୁଯାୟୀ କ୍ଷତିପୂରଣ ଦିଆଯିବ। ୩ ହଜାର ବର୍ଗଫୁଟରୁ ଅଧିକ ଅଞ୍ଚଳରେ ଥିବା ଲଜ୍‍ ପାଇଁ ୧୦ ଲକ୍ଷ ଟଙ୍କା ମିଳିବ। ୩ ହଜାର ବର୍ଗଫୁଟରୁ କମ ଲଜ୍‍ ପାଇଁ ୫ ଲକ୍ଷ ଟଙ୍କା ତୁରନ୍ତ ସହାୟତା ମିଳିବ। ପ୍ରତି ଲଜକୁ ବର୍ଗଫୁଟ ପିଛା ମାସିକ ୨୫ ଟଙ୍କା ଲେଖାଏଁ ୧୮ ମାସ ସହାୟତା ପ୍ରଦାନ କରାଯିବ। ବର୍ଗଫୁଟକୁ ୨ ହଜାର ଟଙ୍କା ଲେଖାଏଁ ଏକକାଳୀନ ସହାୟତା ନେଇପାରିବେ ବୋଲି କୁହାଯାଇଛି।

ସମ୍ବନ୍ଧିତ ଖବର