PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: କଟକରୁ ଧରାପଡ଼ିଥିବା ନକଲି କରୋନା ଔଷଧ ଝାରସୁଗୁଡ଼ାର ଏକ ମେଡିକାଲ ଷ୍ଟୋରରୁ ଠାବ, ଜବତ କଲେ ଝାରସୁଗୁଡ଼ା ଡ୍ରଗ୍ ଇନ୍ସପେକ୍ଟର
  • ||
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ  ଶତପଥୀଙ୍କ ବିୟୋଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ସ୍ବର୍ଗତ ଦିଲ୍ଲୀପ ଶତପଥୀ ଜଣେ ପ୍ରବୀଣ ସାମ୍ବାଦିକ ଥିଲେ। ବିଜିନେସ୍ ଷ୍ଟାଣ୍ଡାର୍ଡ ସମେତ ବିଭିନ୍ନ ମିଡିଆ ହାଉସରେ ନିଜର କାର୍ଯ୍ୟକାଳରେ ଉପଯୁକ୍ତ ପରିପ୍ରେକ୍ଷୀରେ ଉତ୍ତମ କୌଶଳ ଏବଂ ଉଲ୍ଲେଖନୀୟ ବୁଦ୍ଧିମତାର ପ୍ରଦର୍ଶନ କରିଥିଲେ। ତାଙ୍କର ବିୟୋଗରେ ଓଡ଼ିଶାର ସାମ୍ବାଦିକତା କ୍ଷେତ୍ରରେ ଏକ ବଡ଼ କ୍ଷତି ଘଟିଛି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦିଲ୍ଲୀପ ଶତପଥୀଙ୍କ ଶୋକସନ୍ତପ୍ତ ପରିବାରର ସଦସ୍ୟମାନଙ୍କୁ ମଧ୍ୟ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

ବିଶିଷ୍ଟ ସାମ୍ବାଦିକ ତଥା ଅର୍ଥନୀତି ବିଶାରଦ ଦିଲ୍ଲୀପ ଶତପଥୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ ଯେ, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ (୫୬)ଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ରାତିରେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ପରିବାରଲୋକେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ବହୁ ବରିଷ୍ଠ ସାମ୍ବାଦିକ ହସ୍ପିଟାଲରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିଥିଲେ। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।