PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

ଅଗଷ୍ଟ ୩ୟ ସପ୍ତାହ ସୁଦ୍ଧା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ ପ୍ରକାଶ ପାଇବ

ଭୁବନେଶ୍ବର ୪।୮: ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ବିଜ୍ଞାନ ଓ ବାଣିଜ୍ୟର ଖାତା ଦେଖା ଶେଷ ହୋଇସାରିଛି । ଟାବୁଲେସନ ଚାଲିଛି । ଅଗଷ୍ଟ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ।  ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ଉଲ୍ଲେଖନୀୟ ଯେ, ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ନେଇ ଆଜିଠୁ ଆରମ୍ଭ ହେଲା ଅନଲାଇନ ତାଲିମ୍। ଏହି ଅନଲାଇନ କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକାରଣ ହାଉସରେ ଉଦଘାଟନ କରିଛନ୍ତି ।

ଶିକ୍ଷକମାନଙ୍କୁ ୫ ଦିନ ଧରି ଟ୍ରେନିଂ ଦିଆଯିବ। ଛାତ୍ରଛାତ୍ରୀଙ୍କୁ ଅନଲାଇନ ଶିକ୍ଷା କିପରି ଦିଆଯିବ ସେ ନେଇ ଶିକ୍ଷକଙ୍କୁ ତାଲିମ୍ ଦିଆଯାଉଛି। ଏସବୁ ଶିକ୍ଷାନଷ୍ଠାନ ଗୁଡ଼ିକରେ ଶିକ୍ଷାଦାନ ଯେପରି କରୋନା ପାଇଁ ପ୍ରଭାବିତ ନହେଉ ଏବଂ ରେଜଲ୍ଟ ହାର ବଢୁ ସେଥିଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ସମୀର ଦାଶ। ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ ଥିଲେ ।