ପ୍ରମୁଖ ଖବର
  • ରାଜଧାନୀରେ ଚାଞ୍ଚଲ୍ୟ, ବନ୍ଦ ଘରୁ ମିଳିଲା ବାର୍ ଡ୍ୟାନ୍ସରଙ୍କ ମୃତଦେହ ଉଦ୍ଧାର
  • ||
  • ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା: ୫ ଅଭିଯୁକ୍ତ ଗିରଫ
  • ||
  • ନୀଳଗିରି ବିଜେପିର ମିଶ୍ରଣ ପର୍ବ, ସନ୍ତୋଷ ଖଟୁଆଙ୍କ ନେତୃତ୍ୱରେ ବିଜେପିରେ ମିଶିଲେ ଶତାଧିକ ଯୁବକର୍ମୀ
  • ||
  • ଅନ୍ତିମ ଲଢ଼େଇ ପାଇଁ ପ୍ରଚାର ଶେଷ: ଶନିବାର ୫୭ ଲୋକସଭା ଆସନରେ ୯୦୪ ପ୍ରାର୍ଥୀଙ୍କର ଭାଗ୍ୟ ପରୀକ୍ଷା
  • ||
  • ଅଟୋରେ ଚୋର ଗ୍ୟାଙ୍ଗ୍‌କୁ ବୋହୁଥିଲେ ଟୁଙ୍ଗୁରୁ, ବାନ୍ଧିଲା ପୋଲିସ, ଆଜି ହେବେ କୋର୍ଟ ଚାଲଣ
  • ||
  • ଜମ୍ମୁ-କାଶ୍ମୀରରେ ସେନା-ପୁଲିସ ସଂଘର୍ଷ,୩ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କ ସମେତ ୧୬ ଜଣଙ୍କ ନାମରେ ମାମଲା
  • ||
  • ନରୱେ ଚେସ୍: ପ୍ରଜ୍ଞାନନ୍ଦାଙ୍କ ଐତିହାସିକ ବିଜୟ, ବିଶ୍ୱର ୧ନଂ ଖେଳାଳି କାର୍ଲସେନଙ୍କୁ ହରାଇ ଶୀର୍ଷରେ
  • ||
  • କର୍ଣ୍ଣାଟକ ସେକ୍ସ ସ୍କାଣ୍ଡାଲ ମାମଲା, ୩୫ ଦିନ ପରେ ରେବନ୍ନାଙ୍କୁ ବାନ୍ଧିଲା SIT, କୋର୍ଟରେ ହେବ ହାଜର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ୨୧ ଦିନ ଭିତର ଚନ୍ଦନ ଯାତ୍ରା, ଜୁନ୍ ୨ରେ ଜଳକ୍ରୀଡ଼ା ଏକାଦଶୀ ନୀତି
  • ||
  • ନିର୍ବାଚନ ପ୍ରଚାରରେ ଲାଗିଲା ବ୍ରେକ୍, ଶନିବାର ୬ ଲୋକସଭା ଓ ୪୨ ବିଧାନସଭା ସିଟ୍‌ରେ ମତଦାନ
  • ||
  • ନିର୍ଘାତ ତାତିରେ ଛଟପଟ: ଦିନକରେ ୩୨ ଅଂଶୁଘାତ ମୃତ୍ୟୁ ! ଜୁନ୍‌ ୧୦ ଯାଏ ଜଳିବ ପଶ୍ଚିମ ଓଡ଼ିଶା
  • ||

ଖଲ୍ଲିକୋଟରେ ରାଜନୈତିକ ହିଂସା, ପୋଷ୍ଟର ମାରିବାକୁ ନେଇ ବିଜେପି-ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି, ଉଭୟ ପକ୍ଷର ୮ ଗୁରୁତର

ଖଲ୍ଲିକୋଟ, ୧୫/୦୫ : ଖଲ୍ଲିକୋଟରେ ବୁଧବାର ରାତିରେ ରାଜନୈତିକ ହିଂସା ଘଟିଛି। ପୋଷ୍ଟର ମାରିବାକୁ ନେଇ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହାଣି ହୋଇ ଉଭୟ ପକ୍ଷର ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। 

ସୂଚନାନୁଯାୟୀ, ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ବିଜେପି କର୍ମୀମାନେ ବିଧାୟକ ପ୍ରାର୍ଥୀ ପୂର୍ଣ୍ଣ ଚନ୍ଦ୍ର ସେଠିଙ୍କ ପୋଷ୍ଟର ଲଗାଉଥିଲେ। ଜଣେ ବ୍ୟକ୍ତିଙ୍କ ଘର ଆଗରେ ବିଜେପି ପୋଷ୍ଟର ଲଗାଇବାରୁ ସେ ଏହାକୁ ବିରୋଧ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। କ୍ରମେ ଏହା ଉଗ୍ର ରୂପ ଧାରଣ କରିଥିଲା। ପରସ୍ପର ପରସ୍ପରଙ୍କ ଉପରେ ଖଣ୍ଡାରେ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଜେପି ନେତା ରାମ ପାହାନଙ୍କ ଦୁଇ ପୁତ୍ର ଦିଲ୍ଲୀପ ପାହାନ ଓ ଜିତେନ୍ଦ୍ର ପାହାନ, ଦିଲ୍ଲୀପଙ୍କ ଶଳା ବାପୁଜୀ ପାହାନ ଏବଂ ସମ୍ପର୍କୀୟ ଦାଦା ଅଭି ପାହାନ ଗୁରୁତର ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ବିଜେଡି କର୍ମୀ ସୁଦର୍ଶନ ପାହାନ, କାର୍ତ୍ତିକ ପରିଡା, କାଳିଆ ପ୍ରଧାନ ଓ ଆଉ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। କାହାର ହାତ, କାହାର ଗୋଡ଼ ଓ କାହାର ବେକକୁ ଖଣ୍ଡାରେ ହଣାଯାଇଛି। 

ବିଜେପିର ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରେ ଅବସ୍ଥା ଶଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। ବିଜେପି କର୍ମୀମାନେ ଖଲ୍ଲିକୋଟ ମେଡିକାଲରେ ଥିବାରୁ ବିଜେଡି କର୍ମୀମାନେ ସିଧା ବ୍ରହ୍ମପୁର ବଡ଼ ମେଡିକାଲକୁ ଚାଲି ଯାଇଥିଲେ। ଖବର ପାଇ ଖଲ୍ଲିକୋଟ ଥାନା ଅଧିକାରୀ ନରେଶ କୁମାର ସାହୁ, ଭେଜିପୁଟ ଫାଣ୍ଡି ଅଧିକାରୀ ଦେବାଶିଷ ମିଶ୍ର ଏବଂ ଅନ୍ୟ ପୋଲିସ କର୍ମଚାରୀମାନେ ମେଡିକାଲରେ ପହଞ୍ଚି ଥିଲେ। ବର୍ତ୍ତମାନ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.