PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ତୃତୀୟ ଲହର ପାଇଁ ସତର୍କ କଲେ ମୁଖ୍ୟମନ୍ତ୍ରୀ-ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍‌ଡାଉନ୍‌ ଲାଗୁ ହେବ

ତୃତୀୟ ଲହର ସଂପର୍କରେ ସତର୍କତା

ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍‌ଡାଉନ୍‌ ଲାଗୁ ହେବ  -ମୁଖ୍ୟମନ୍ତ୍ରୀ

ଓଡ଼ିଶାକୁ ନିରାପଦ ରଖିବା ରେ ସମସ୍ତ ଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ  ।

ଭୁବନେଶ୍ୱର – ତୃତୀୟ ଲହରରୁ ବର୍ତ୍ତିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ କରିଛନ୍ତି । ଏବେ ରାଜ୍ୟର ସ୍ଥିତି ଭଲ ଅବସ୍ଥାରେ ଅଛି । ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ଚେଷ୍ଟା ଯୋଗୁଁ ଏପରି ହୋଇଛି । ଲୋକମାନେ ଏବେ କୋଭିଡ୍‌ କଟକଣା ମାନି ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

  ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ  ଭିଡ ହେଉଛି । ଏହା ଅତ୍ୟନ୍ତ  ବିପଦପୂର୍ଣ୍ଣ । ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ complete lockdown ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ । ଦେଶର ଅନ୍ୟ ରାଜ୍ୟ ମାନଙ୍କରେ କୋଭିଡ କେସ୍‌ ବଢୁଛି । ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି । ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି । କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ । କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି ।   ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ବାହା ହିଁ ଆମେ ତୃତୀୟ ଲହରର intensityକୁ କମ୍‌ କରିଦେଇପାରି

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ । ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ । ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ।

 ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ ।’

ସମ୍ବନ୍ଧିତ ଖବର