PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଏଥର ବିଜେପି ବହୁତ କମ୍ ଆସନ ପାଇବ ବୋଲି ପ୍ରଚାର ସଭାରେ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କୁଚିଣ୍ଡା ୨୧।୪: ଏଥର ବିଜେପି ବହୁତ କମ୍‌ ଆସନ ପାଇବ, ସେଥିପାଇଁ ତାଙ୍କ ନେତାମାନେ ବିଭ୍ରାନ୍ତିକର କଥା କହୁଛନ୍ତି ବୋଲି ରବିବାର ପୂର୍ବାହ୍ନରେ କୁଚିଣ୍ଡା ସହରର ମୁକୁନ୍ଦି ଖେଳ ପଡ଼ିଆରେ ଆୟୋଜିତ ନିର୍ବାଚନ ପ୍ରଚାର ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ସେ କହିଛନ୍ତି: କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହେଲେଣି, କିନ୍ତୁ ଏହାକୁ ବନ୍ଦ କରିବାକୁ କେନ୍ଦ୍ର ଚକ୍ରାନ୍ତ କରୁଛି। ମୁଁ ଥିବା ଯାଏଁ କେହି କାଳିଆ ଯୋଜନାକୁ ବନ୍ଦ କରି ପାରିବେ ନାହିଁ। ଆମ ସରକାର ଆସିବାର ପ୍ରଥମ ଦିନ କାଳିଆ ଯୋଜନାର ଅର୍ଥ ଦୁଇଟି କିସ୍ତିରେ ଦିଆଯିବ।

ବିଜେଡି ମହିଳାଙ୍କୁ ହକ୍‌ ଦେଇଛି। ମିସନ୍‌ ଶକ୍ତି ମହିଳାଙ୍କୁ ସହାୟତା ଦେଉଛି। ଭୋଟ୍‌ ସମୟ ଆସିଥିବାରୁ କେନ୍ଦ୍ରୀୟ ନେତାମାନେ ଓଡ଼ିଶାକୁ ଆସୁଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନେ କୁଆଡ଼େ ଥିଲେ ବୋଲି ପଚାରିବାକୁ ମୁଖ୍ୟମନ୍ତ୍ରୀ ସମବେତ ଜନତାଙ୍କୁ କହିଥିଲେ। କେନ୍ଦ୍ର ଅନୁସୂଚୀତ ଜାର୍ତି/ଜନଜାତି ବିଦ୍ୟାର୍ଥୀଙ୍କ ବୃତ୍ତି ଅର୍ଥ ବନ୍ଦ କଲା। କୋଶଳୀ ଭାଷାକୁ ସାମ୍ବିଧାନିକ ମାନ୍ୟତା ଦେଲେ ନାହିଁ।

ସାଢ଼େ ଚାରିକୋଟି ରାଜ୍ୟବାସୀ ମୋର ପରିବାର। ଆପଣମାନେ ମୋତେ ଆଶୀର୍ବାଦ କରନ୍ତୁ। ବିଜେଡିର ସାଂସଦ ପ୍ରାର୍ଥୀ ନଳିନୀକାନ୍ତ ମହାନ୍ତି ଓ ବିଧାୟକ ପ୍ରାର୍ଥୀ କିଶୋର ଚନ୍ଦ୍ର ନାୟକଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ ନିବେଦନ କରିଥିଲେ।

ସମ୍ବନ୍ଧିତ ଖବର