PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

କୋଭିଡ୍ ମୁକାବିଲା -ଗଞ୍ଜାମର ସରପଞ୍ଚମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ । ଗଞ୍ଜାମ ଜିଲ୍ଲାରେ କୋଭିଡ୍ ସଂକ୍ରମଣର ନିୟନ୍ତ୍ରଣ ପାଇଁ ଜିଲ୍ଲାର ସରପଞ୍ଚମାନେ ଯେଭଳି ଦକ୍ଷ ନେତୃତ୍ବର ପରିଚୟ ଦେଇ ପରିସ୍ଥିତିରେ ଉନ୍ନତି ଆଣିପାରିଛନ୍ତି, ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଥିଲେ ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରପଞ୍ଚମାନେ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପରିସ୍ଥିତିକୁ ଦେଖି ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ସଟଡାଉନ୍ ପରି କଡା ପଦକ୍ଷେପ ନେବା ସହିତ କୋଭିଡ୍ କେୟାର ହୋମ, କୋଭିଡ୍ ମ୍ୟାନେଜମେଣ୍ଟ ସେଣ୍ଟର, ଟେଷ୍ଟିଂ, ସର୍ଭେ ଆଦି ସବୁଥିରେ ସହଯୋଗ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ବିରୁଦ୍ଧରେ ଚାଲିଥିବା ଲଢେଇରେ ଗଞ୍ଜାମ ଜିଲ୍ଲା ଆଗରେ ଅଛି । ଓଡିଶା ଫେରିଥିବା ଲକ୍ଷ ଲକ୍ଷ ଭାଇ ଭଉଣୀମାନଙ୍କ ପାଇଁ ଠିକ୍ ସମୟରେ ଟେମ୍ପରାରି ମେଡିକାଲ କ୍ୟାମ୍ପ କରିବା, ସେଗୁଡିକୁ ସଠିକ୍ ଭାବରେ ପରିଚାଳନା କରିବା ଓ ଲୋକଙ୍କୁ ସେବା ଯୋଗାଇବା ସରପଞ୍ଚମାନଙ୍କ ଉଦ୍ୟମ ଓ ସହଯୋଗ ଯୋଗୁ ସମ୍ଭବ ହୋଇପାରିଛି । ସରପଞ୍ଚମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ଗଭୀର ବିଶ୍ବାସ ପ୍ରକଟ କରିବା ସହ ସେମାନଙ୍କୁ ଦିଆଯାଇଥିବା ଜିଲ୍ଲାପାଳ କ୍ଷମତା କରୋନା ନିୟନ୍ତ୍ରଣରେ ସଫଳ ଉପଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ସରପଞ୍ଚମାନଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ ପଜିଟିଭ୍ କେସ୍ କମୁଛି, ଆରୋଗ୍ୟ ହାର ବଢୁଛି, ମୃତ୍ୟୁହାର କମୁଛି । ଆଗାମୀ ଦିନରେ ସରପଞ୍ଚମାନଙ୍କର ଭଲ କାମ କୋଭିଡ୍ ପରିଚାଳନାରେ ସାରା ଦେଶକୁ ବାଟ ଦେଖାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସରପଞ୍ଚମାନଙ୍କର ଏହି ଭଲ କାମ ପାଇଁ ସେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ବର୍ତ୍ତମାନ ପରିସ୍ଥିତିରେ ଯେଉଁ ଉନ୍ନତି ଆସିଛି ସେଥିରେ ସନ୍ତୁଷ୍ଟ ନ ହୋଇ କରୋନାକୁ ସମ୍ପୁର୍ଣ୍ଣ ନିପାତ ପର୍ଯ୍ୟନ୍ତ ଲଢେଇ ଜାରି ରଖିବାକୁ ଆହ୍ବାନ ଦେଇଥିଲେ । ସରପଞ୍ଚମାନଙ୍କୁ ସବୁ ପ୍ରକାର ସହଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ପଞ୍ଚାୟତମାନଙ୍କୁ ସଶକ୍ତ କରିବାପାଇଁ ବିଜୁ ବାବୁଙ୍କ ଉଦ୍ୟମକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁଙ୍କ ଆଦର୍ଶରେ ବର୍ତ୍ତମାନର ସରକାର ପଞ୍ଚାୟତକୁ ଅଧିକ କ୍ଷମତା ଦେଇଛନ୍ତି । ତେଣୁ ସରପଞ୍ଚମାନେ ସେମାନଙ୍କ ଭଲ କାମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ସବୁବେଳେ ସେମାନଙ୍କ ଭଲ କାମରେ ସେ ସାଥିରେ ରହିବେ ବୋଲି କହିଥିଲେ ।

ଏହି ଆଲୋଚନାରେ ଭାଗ ନେଇ ଓଡିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଥିଲେ ଯେ ସରକାରଙ୍କର ସଠିକ୍ କୋଭିଡ୍ ପରିଚାଳନା ଯୋଗୁ ଗଞ୍ଜାମର ପରିସ୍ଥିତିରେ ଉନ୍ନତି ଆସିଛି ଏବଂ ଖୁବ୍ ଶିଘ୍ର କରୋନା ଦୂର ହେବ ବୋଲି ଆଶା ବ୍ୟକ୍ତ କରିଥିଲେ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଯେଉଁ ଆସ୍ଥା ଓ ବିଶ୍ବାସ ପ୍ରକଟ କରିଥିଲେ ତାହା ଆଜି ସୁଫଳ ଦେଇଛି । ଏହା ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କ ମନୋବଳ ବୃଦ୍ଧି କରିଛି ବୋଲି ସେ କହିଥିଲେ ।

ଏହି ଅବସରରେ ସାନଖେମୁଣ୍ଡି, ହିଞ୍ଜିଳି ଓ ଭଞ୍ଜନଗର ବ୍ଲକ ଅଞ୍ଚଳର ସରପଞ୍ଚମାନେ କୋଭିଡ୍ ପରିଚାଳନା ସମ୍ପର୍କରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଭରସା ଓ ପ୍ରଶାସନର ସହଯୋଗ ପାଇଁ କୃତଜ୍ଞତା ଜଣାଇଥିଲେ ।

ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଏବଂ ବରିଷ୍ଠ ଅଧିକାରୀମାନେ ଓ ଗଞ୍ଜାମ ଜିଲ୍ଲାପାଳ ଉପସ୍ଥିତ ଥିଲେ ।