PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ବିଶ୍ୱ ଅଙ୍ଗଦାନ ଦିବସରେ ୩ ଜଣଙ୍କୁ ମରଣୋତ୍ତର ‘ସୁରଜ ସମ୍ମାନ’ ରେ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଅଙ୍ଗଦାନ କରିଥିବା ବ୍ୟକ୍ତି ଅମର: ନବୀନ

ଭୁବନେଶ୍ୱର,୧୪/୦୮: ଆଜି ମଧ୍ୟ ମଣିଷପଣିଆ ବଞ୍ଚିଛି । ଅନ୍ୟର ଜୀବନ ବଞ୍ଚାଇବାଠାରୁ ବଳି ପୁଣ୍ୟ କିଛି ନାହିଁ । ଯେଉଁମାନେ ଅଙ୍ଗଦାନ କରିଛନ୍ତି ସେମାନେ ମରି ମଧ୍ୟ ଅମର । ବିଶ୍ୱ ଅଙ୍ଗଦାନ ଦିବସରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏ ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ୩ଜଣଙ୍କୁ ମରଣୋତ୍ତର ଭାବେ ‘ସୁରଜ ସମ୍ମାନ’ରେ ସମ୍ମାନିତ କରିଛନ୍ତି । ଦିଗପହଣ୍ଡିର ପି.ପ୍ରିୟଙ୍କାରାଣୀ ପାତ୍ର, ଭୁବନେଶ୍ୱରର ସୁଚିତ୍ରା ଦାସ ଏବଂ ପୁରୀ ଡେଲାଙ୍ଗର ରାଜଲକ୍ଷ୍ମୀ ଦାସଙ୍କ ପରିବାର ଅଙ୍ଗଦାନ କରି ଅନ୍ୟମାନଙ୍କ ଜୀବନ ବଞ୍ଚାଇପାରିଛନ୍ତି । ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ତାଙ୍କ ପରିବାରକୁ ‘ସୁରଜ ସମ୍ମାନ’ରେ ସମ୍ମାନିତ କରିବା ସହ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ ।

ଉଲ୍ଲେଖଯୋଗ୍ୟ, ୨୦୧୯ ଅକ୍ଟୋବର ମାସରେ ଗଞ୍ଜାମ ଭଞ୍ଜନଗରର ଯୁବକ ‘ସୁରଜ’ ଗୁଜରାଟର ସୁରଟରେ ଏକ ଦୁର୍ଘଟଣାର ଶିକାର ହୋଇ ମସ୍ତିଷ୍କ ମୃତ୍ୟୁ ଅବସ୍ଥାରେ ଥିଲେ । ତାଙ୍କ ପିତାମାତାଙ୍କ ସାହସିକ ନିଷ୍ପତ୍ତି ଫଳରେ ସୁରଜଙ୍କ ବୃକକ୍‌, ଲିଭର, ହୃତପିଣ୍ଡ, ଦୁଇ ଆଖି ତାଙ୍କ ଶରୀରରୁ କଢ଼ାଯାଇ ବିଭିନ୍ନ ସହରରେ ୬ ଜଣ ବ୍ୟକ୍ତିଙ୍କ ଜୀବନ ବଞ୍ଚାଯାଇ ପାରିଥିଲା । ସୁରଜଙ୍କ ପରିବାରର ମାନବିକତାର ଏହି ସର୍ବୋଚ୍ଚ ନିଦର୍ଶନକୁ ସମ୍ମାନ ଜଣାଇ ଗତବର୍ଷ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ଯେଉଁମାନେ ଅଙ୍ଗଦାନ କରିବାକୁ ଆଗେଇ ଆସିବେ ସେମାନଙ୍କ ପରିବାରକୁ ‘ସୁରଜ ସମ୍ମାନ’ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।

ଆଜି ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ସୁରଜଙ୍କ ପରିବାରର ସାହସିକ ନିଷ୍ପତ୍ତି ଓ ମଣିଷପଣିଆର ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ତ୍ୟାଗ ଅନ୍ୟମାନଙ୍କୁ ଅଙ୍ଗଦାନ ପାଇଁ ପ୍ରେରଣା ଦେଇଛି ବୋଲି କହିଥିଲେ । ସୂର୍ଯ୍ୟ ପରି ସେ ଆଜି ମଧ୍ୟ ଅନ୍ୟମାନଙ୍କ ଜୀବନକୁ ଓ ଜଗତକୁ ଆଲୋକିତ କରି ଚାଲିଛନ୍ତି । ସୁରଜଙ୍କ ପରିବାର ପରେ ବହୁ ମସ୍ତିଷ୍କ ମୃତ୍ୟୁ ଗଟିଥିବା ବ୍ୟକ୍ତିମାନଙ୍କ ପରିବାର ଅଙ୍ଗଦାନ ପାଇଁ ଆଗେଇ ଆସିଛନ୍ତି । ଏ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ସାଧୁ ପଦକ୍ଷେପ ରୋଗୀମାନଙ୍କ ପାଇଁ ବଞ୍ଚିବାର ନୂଆ ଆଶାର କିରଣ ସୃଷ୍ଟି କରିଛି ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ଯୋଗଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ମନ୍ତ୍ରୀ ଅଶୋକ ପଣ୍ଡା ଓ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ପୁରସ୍କାର ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର ଓ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।