ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର ୨୦।୩: ବୁଧବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଦିନ ୧୧ଟା୫ ମିନିଟ୍ ସମୟରେ ନବୀନ ପଟ୍ଟନାୟକ ଛତ୍ରପୁରସ୍ଥିତ ଅତିରିକ୍ତ ଉପଜିଲ୍ଲା ତଥା ରିଟର୍ଣ୍ଣିଙ୍ଗ୍ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
ସକାଳ ୯ଟା ୩୦ମି.ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ସ୍ଥିତ ନବୀନ ନୀବାସରୁ ବାହାରି ହେଲିକପ୍ଟର ଯୋଗେ ଆସି ରାୟପୁର ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିଥିଲେ। ସେଠାରୁ ସେ ତାରାତାରିଣୀ ମନ୍ଦିରକୁ ଯାଇ ମାଆକୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ପରେ ହେଲିକାପ୍ଟର ଯୋଗେ ଯାତ୍ରା କରି ଛତ୍ରପୁର ଷ୍ଟାଡିୟମ୍ ଓହ୍ଲାଇ ଥିଲେ।
ଗଞ୍ଜାମ ଜିଲ୍ଲାର ସମସ୍ତ ଲୋକସଭା ଓ ବିଧାନସଭା ଆସନର ପ୍ରାର୍ଥୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ସ୍ଥାନୀୟ କମିଟି ହାଉସରେ କିଛି ସମୟ ଅବସ୍ଥାନ କରିବା ପରେ ପ୍ରାର୍ଥୀପତ୍ର ଦାଖଲ କରି ପୁଣି ଭୁବନେଶ୍ବର ଫେରି ଯାଇଥିଲେ।