ପ୍ରମୁଖ ଖବର
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

କଣ୍ଟାବାଞ୍ଜି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଟିଟିଲାଗଡ଼ ୦୨/୦୫: କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ବିତୀୟ ନିର୍ବାଚନ କ୍ଷେତ୍ର ଭାବେ କଣ୍ଟାବାଞ୍ଜି ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ। ଟିଟିଲାଗଡ଼ ଉପଜିଲ୍ଲାପାଳ ଅଫିସରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ସମୟରେ ନବୀନଙ୍କ ସହ ଭି.କେ.ପାଣ୍ଡିଆନ, ଅନଙ୍ଗ ଉଦୟ ସିଂଦେଓ, ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ଓ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ ।ପୂର୍ବରୁ ମଙ୍ଗଳବାର ଦିନ ହିଞ୍ଜିଳି ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ସୂଚନା ମୁତାବିକ, ଗୁରୁବାର ସକାଳେ ସ୍ୱତନ୍ତ୍ର ବିମାନ ଯୋଗେ ତୁଷୁରା ଏୟାରଷ୍ଟ୍ରିପରେ ପହଞ୍ଚିଥିଲେ ନବୀନ। ସେଠାରୁ ସେ ହେଲିକପ୍ଟର ଯୋଗେ ଟିଟିଲାଗଡ଼ ସିଟି ସ୍କୁଲ ପଡ଼ିଆରେ ହେଲିପ୍ୟାଡରେ ପହଞ୍ଚିଥିଲେ। ସେଠାରୁ ବିଶାଳ ରୋଡ ସୋ'ରେ ପ୍ରାର୍ଥିପତ୍ର ଦାଖଲ ପାଇଁ ବାହାରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଟ‌ରେ ଟିଟିଲାଗଡ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ଟିଟିଲାଗଡ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ |

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • BJD
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.