ପୁଲଓ୍ବାମା ସହିଦଙ୍କ ସ୍ମୃତିରେ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର ୨୨।୩:  ଆଜି ହୋଲି ଖେଳିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପରିକି ସମର୍ଥକ, ଶୁଭେଚ୍ଛୁ କିମ୍ବା ବିଜେଡି ନେତାମାନଙ୍କୁ ନବୀନ ନିବାସ ଯିବା ପାଇଁ ମଧ୍ୟ ମନା କରାଯାଇଛି । ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ହୋଲି ପାଳିବେ ନାହିଁ ବୋଲି ଜଣାପଡିଛି ।

ଗତ ଫେବୃଆରୀ ୧୪ ତାରିଖରେ ପୁଲଓ୍ଵାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଥିଲା । ଏବେ ଏହାକୁ ଆଖି ଆଗରେ ରଖି ନିଜର ସାଥୀ ଯବାନଙ୍କ ବିୟୋଗରେ ଦେଶର ପ୍ରାୟ ୧୦ଲକ୍ଷ ଯବାନ ଚଳିତ ବର୍ଷ ହୋଲି ପାଳନ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି । ସବୁ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳଙ୍କ ସମେତ ସିଆର୍‌ପିଏଫ୍‌ ଯବାନମାନେ ମିଳିତ ଭାବରେ ଏହି ନିଷ୍ପତ୍ତି ନେଇଥିବା ଜଣା ପଡ଼ିଛି । ଏ ମଧ୍ୟରେ ରହିଛନ୍ତି, ସିଏପିଏଫ୍‌, ବିଏସ୍‌ଏଫ୍‌, ଆଇଟିବିପି, ସିଆଇଏସ୍‌ଏଫ୍‌, ଏସ୍‌ଏସ୍‌ବି ଯବାନ ।

   ସମ୍ବନ୍ଧିତ ଖବର


ଖଣ୍ଡୋଲାଇଟ୍‌ ଅଭାବରୁ ଅଟକିଛି ଶ୍ରୀମନ୍ଦିର ବାଇଶି ପାହାଚ ମରାମତି କାମ: ତାପଙ୍ଗ ଖଣିରୁ ଆସୁଥିଲା ପଥର

ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା: ସୀମାଞ୍ଚଳଙ୍କ ମୃତ୍ୟୁ ସ୍ପଷ୍ଟ, ଆସିଲା ମାଂସ ଖଣ୍ଡର DNA ରିପୋର୍ଟ

ସାରୁଅ ଜମି କେଳେଙ୍କାରୀ ମାମଲା : ସ୍ଥାନୀୟ ଲୋକଙ୍କୁ କ୍ରାଇମବ୍ରାଞ୍ଚ ୩ ଜଣିଆ ଟିମ୍‌ର ପଚରାଉଚରା

ଶ୍ରୀଜିଉଙ୍କ କାର୍ତ୍ତିକ ନୀତି ନିର୍ଘଣ୍ଟ: ଏଥର ଶ୍ରୀମନ୍ଦିରରେ ଛଅଦିନିଆ ପଞ୍ଚୁକ ବ୍ରତ,୨୭ ରେ ନାଗାର୍ଜୁନ ବେଶ

ପୁଣି ସାଙ୍ଘାତିକ ଅଭିଯୋଗ : ଡ୍ରାଇଭରଙ୍କ ନାଁରେ ୨୮ କୋଟିର GST ଠକେଇ ଅଭିଯୋଗ‌ରେ ନୋଟିସ୍‌ ଜାରି

ରାଜ୍ୟରେ ୧୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୯୭ କୁ ବୃଦ୍ଧି