PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା : ୪୨ଟି ଓଡ୍ରାଫ୍ ଓ ୨୪ଟି ଏନଡିଆରଏଫ୍ ଦଳ ଉଦ୍ଧାର କାର୍ଯ୍ୟରେ ନିୟୋଜିତ, ସ୍ଥାନାନ୍ତରରେ ସହଯୋଗ କରିବାକୁ ନିବେଦନ

ଭୁବନେଶ୍ଵର, ୨୬/୦୯ : ଦିଲ୍ଲୀରୁ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବାତ୍ୟା ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାତ୍ୟା ଗୁଲାବର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ଵାରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଜି ଅପରାହ୍ନ ସୁଦ୍ଧା ଗୁଲାବ ପ୍ରଭାବିତ ଜିଲ୍ଲାମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନମାନଙ୍କରୁ ଏବଂ କଚ୍ଚା ଘରମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରିଯିବା ସହିତ ଭୂସ୍ଖଳନ ସମ୍ଭାବନା ଥିବା ଅଞ୍ଚଳମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ବାତ୍ୟା ୟାସ୍‌ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳମାନଙ୍କରେ କୋଭିଡ ସଂଖ୍ୟା ବୃଦ୍ଧି ଘଟିଥିଲା, ତାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା । ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଙ୍ଗେସଙ୍ଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁମାନଙ୍କ ପ୍ରତି ସ୍ଵତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବାତ୍ୟା ପରେପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ଵରାନିତ୍ଵ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ, ମିଶନ ଶକ୍ତି ଗୋଷ୍ଠୀ, NGO. ଓ ସ୍ଵେଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଛନ୍ତି । ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ସମୟରେ ଜିଲ୍ଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯଥା ନିରାପଦ ସ୍ଥାନକୁ ସ୍ଥାନାନ୍ତର ଏବଂ କୋଭିଡ ନିୟମ ପାଳନ ଆଦି ବିଷୟରେ ପୂର୍ଣ୍ଣ ସହଯୋଗ କରବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ତଥା ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ । ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ଵ ଦିଆଯାଉଛି ବୋଲି ସୂଚନା ଦେଇଥିଲେ । ଏହି ବାତ୍ୟା ଦ୍ଵାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ ।

ଆଜି ଅପରାହ୍ନ ୪ଟି ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ଶେଷ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ । ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ବୈଠକରେ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳମାନେ ବୈଠକରେ ଭାଗ ନେଇଥିଲେ ।