PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ କରିବା ପାଇଁ ଆରମ୍ଭ ହୋଇଥିବା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର ୫/୯: ପୁରୀକୁ ଏକ ବିଶ୍ୱ ଐତିହ ନଗରୀ ନେଇ ରାଜ୍ୟ ସରକାର ଆରମ୍ଭ କରିଥିବା ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଲୋକସେବା ଭବନରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।
ଏହି ପ୍ରକଳ୍ପର ପ୍ରଥମ ତିନୋଟି ପ୍ରକଳ୍ପ ମଧ୍ୟରୁ ପ୍ରଥମ ପ୍ରକଳ୍ପରେ ଶ୍ରୀମନ୍ଦିରର ୭୫ ମିଟର ମଧ୍ୟରେ ପବିତ୍ର ଭୌଗଳିକ ଅବସ୍ଥତି, ବିଭିନ୍ନ ପ୍ରାଚୀନ ଦେବାଦେବୀଙ୍କର ମୂର୍ତ୍ତୀ, ଜଗନ୍ନାଥ ସଂସ୍କୃତି ସହ ସଶ୍ଲିଷ୍ଟ ବିଭିନ୍ନ ଗଛ ଲତା ସହ କଳା ସ୍ଥାପତ୍ୟ ଓ ଭୋଗ କ୍ଷେତ୍ରକୁ ଦୃଷ୍ଟିରେ ରଖି ଏହାର ପୁନର୍ବିନ୍ୟାସ କରାଯିବ ।

ଜଗନ୍ନାଥ ସଂସ୍କୃତି , ମନ୍ଦିର କଳା ଓ ଭାସ୍କର୍ଯ୍ୟ ଐତିହ କଳା ଇତିହାସ ଓ ଜଗନ୍ନାଥ ସଂସ୍କୃତି ସହ ଜଡିତ ବୃକ୍ଷଲତାଙ୍କୁ ନେଇ ଯେଉଁ ପୁନର୍ବିନ୍ୟାସ କାର୍ଯ୍ୟ କରାଯିବ ସେଥିପାଇଁ ଏକ ବିଶେଷଜ୍ଞ ପ୍ୟାନେଲ ଗଠନ କରାଯିବ । ମେଘନାଦ ପାଚେରୀଠାରୁ ୭୫ ମିଟର ଅଞ୍ଚଳରେ ରାସ୍ତା କରାଯିବ । ବାକି ୬୦ ମିଟର ପୁନର୍ବିନ୍ୟାସ କରାଯିବ ।

ଏମ୍‌ଆର୍‌ ମଠର କିଛି ଅଂଶରେ ରଘୁ ନନ୍ଦନ ପାଠାଗାର ନିର୍ମାଣ କରାଯିବ । ଏଥିରେ ଏକ ଅଂଶରେ ଜଗନ୍ନାଥ ସଂସ୍କୃତିର ଗବେଷଣା କେନ୍ଦ୍ର ବିକାଶ କରାଯିବ । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ସୂଚନା ଦିଆଯାଇଛି ।


ବିସ୍ଥାପିତ ପରିବାର ପାଇଁ ମନ୍ଦିରଠାରୁ ଦେଢ କିଲୋମିଟର ଭିତରେ ୬୦୦ଟି ଘର ନିର୍ମାଣ କରାଯିବ । ପ୍ରତ୍ୟେକ ଘର ୫୨୦ ବର୍ଗ ଫୁଟ ହେବ । ଏଥିପାଇଁ ୯୫ କୋଟି ଟଙ୍କା ବିନିଯୋଗ କରାଯିବ ।

ଅବଢାଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୨୬୫ କୋଟି ଟଙ୍କା ବିନିଯୋଗ କରାଯାଇ ବିଭିନ୍ନ କାର୍ଯ୍ୟ ଆରମ୍ଭ କରାଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୫୯୫ କୋଟି ଟଙ୍କା ବିନିଯୋଗରେ ଶ୍ରୀ ସେତୁ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ତୀର୍ଥ ଯାତ୍ରୀ କେନ୍ଦ୍ର, ମୂଷା ନଦୀ ପୁନର ଉଦ୍ଧାର, ପୁଷ୍କରଣୀର ସୌନ୍ଦର୍ଯ୍ୟକରଣ, ଅଠରନଳାର ବିକାଶ ଓ ମଠ ବିକାଶ କରାଯିବା ପାଇଁ ଯଯୋଜନା କରାଯାଇଛି । ଖୁବ ଶୀଘ୍ର ଏହି ପ୍ରକଳ୍ପ ପାଇଁ ଯୋଜନାର ଟେଣ୍ଡର କରାଯାଇ କାର୍ଯ୍ୟ ଆରମ୍ଭ କରାଯିବ ।

ସମୀକ୍ଷା ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ , ଉନ୍ନୟନ କମିଶନରଙ୍କ ସହ ବିଭିନ୍ନ ବିଭାଗର ପ୍ରମୁକ ସଚିବ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର