PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଦେବେ ଯୋଗୀ ସରକାର

ଲକ୍ଷ୍ନୌ, ୩୦/୦୫ : ସାମ୍ବାଦିକଙ୍କ ପାଇଁ ବଡ଼ ଘୋଷଣା କଲେ ୟୁପି ସରକାର। ରାଜ୍ୟରେ କରୋନାରେ ପ୍ରାଣ ହରାଉଥିବା ସାମ୍ବାଦିକଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହିନ୍ଦୀ ପତ୍ରକାରିତା ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ୟୁପିରେ କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ।

ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ, କରୋନା କାରଣରୁ ମୃତ୍ୟୁ ହୋଇଥିବା ସାମ୍ବାଦିକଙ୍କ ଏକ ତାଲିକା ପ୍ରସ୍ତୁତ କରୁଛି ୟୁପିର ସୂଚନା ବିଭାଗ । ମୃତ ସାମ୍ବାଦିକଙ୍କ ସୂଚୀ ପ୍ରସ୍ତୁତ ହେବା ପରେ ସରକାର ସେମାନଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିବେ। ତେବେ ମୃତ ସାମ୍ବାଦିକ ମାନ୍ୟତା ପ୍ରାପ୍ତ ହୁଅନ୍ତୁ କିମ୍ବା ନହୁଅନ୍ତୁ ସରକାର ସହାୟତା ରାଶି ଦେବେ।

ଗତ ବର୍ଷ ମହାମାରୀ କାରଣରୁ ପ୍ରଥମ ଲହରୀ ସମୟରେ ଯୋଗୀ ସରକାର କରୋନାରେ ପ୍ରାଣ ହରଇଥିବା ସାମ୍ବାଦିକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ, କିନ୍ତୁ ବର୍ଷ ଏହି ସହାୟତା ରାଶିକୁ ଦୁଇ ଗୁଣ କରାଯାଇଛି। ଏଣିକି ରାଜ୍ୟରେ କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ।