PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

୭ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା: ୧୭ରୁ ଆଭ୍ୟନ୍ତରୀଣ ଜିଲ୍ଲାରେ ବଢିବ ଥଣ୍ଡାର ପ୍ରକୋପ

ଭୁବନେଶ୍ୱର ୧୬/୧୨: ଆଜିଠୁ ୭ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି । କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, କଟକ, କନ୍ଧମାଳ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ କେନ୍ଦ୍ରଗୁଡିକ ପକ୍ଷରୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

ଅପରପକ୍ଷେ ଆସନ୍ତା ୧୭ ତାରିଖରୁ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ କମିବ । ଫଳରେ ଥଣ୍ଡାର ପ୍ରକୋପ ବଢିବ । ସେହିପରି ୧୮ ତାରିଖରୁ ଉପକୂଳ ଜିଲ୍ଲାରେ ଥଣ୍ଡାର ପ୍ରକୋପ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଏହି ସମୟରେ ଉତ୍ତର-ପଶ୍ଚିମ ଭାରତରୁ ପବନ ବୋହିବା ସହିତ ଆକାଶ ମେଘମୁକ୍ତ ରହିବ । ତେଣୁ ରାଜ୍ୟରେ ଶୀତର ପ୍ରକୋପ ବଢିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତାକାଲିଠୁ ରାଜ୍ୟରେ ଶୀତର ପ୍ରକୋପ ରହିବ । କାଁ ଭାଁ କିଛି ସ୍ଥାନରେ କୁହୁଡ଼ି ରହିବ । ତେବେ ଥଣ୍ଡାର ପ୍ରକୋପ ୩ରୁ ୪ଦିନ ପର୍ଯ୍ୟନ୍ତ ରହିବ ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି । ଆକାଶ ନିର୍ମଳ ରହିବା ସହିତ ଉତ୍ତର-ପଶ୍ଚିମ ଭାରତରୁ ଥଣ୍ଡା ପବନ ବୋହିବ । ଫଳରେ ରାଜ୍ୟରେ ତାପମାତ୍ରା କମିବା ସହିତ ଶୀତ ବଢିବ ବୋଲି ସେ ଆକଳନ କରିଛନ୍ତି ।

ରବିବାର ଦାରିଙ୍ଗବାଡ଼ିର ସର୍ବନିମ୍ନ ତାପମାତ୍ରା ୧୦ଂ ସେଲସିୟସ୍‌ ଥିବା ବେଳେ ବାରିପଦାର ୧୧.୬ଂ ସେଲସିୟସ୍‌, କୋରାପୁଟର ୧୨.୬ଂ ସେଲସିୟସ୍‌, ଫୁଲବାଣୀର ୧୨.୮ଂ ସେଲସିୟସ୍‌, ଅନୁଗୁଳର ୧୩ଂ ସେଲସିୟସ୍‌, ସୋନପୁରର ୧୩.୨ଂ ସେଲସିୟସ୍‌ ଓ ସୁନ୍ଦରଗଡ଼ର ସର୍ବନିମ୍ନ ତାପମାତ୍ରା ୧୩.୫ଂ ସେଲସିୟସ୍‌ରେ ପହଞ୍ଚିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ଼ କରିଛି ।