PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ରାଜ୍ୟରେ ୨ରୁ ୩ ଦିନ ଭିତରେ ଶୀତ ବଢ଼ିବା ସମ୍ଭାବନା,ରାତ୍ରିରେ ଖସିବ ପାରଦ

ଭୁବନେଶ୍ୱର ୧୮/୧୨: ରାଜ୍ୟରେ ଏବେ ରାତ୍ରିକାଳୀନ ତାପମାତ୍ରା କମିବା ସହ ଶୀତ ବଢ଼ିବା ସମ୍ଭାବନା ଦେଖା ଦେଇଛି। ଆସନ୍ତା ୨-୩ ଦିନ ଭିତରେ ପାରଦ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ଖସିପାରେ । ଏଭଳି ଆକଳନ କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗର ପୂର୍ବାନୁମାନ ହେଲା,ଆଜି ସକାଳେ ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଗଜପତି, କନ୍ଧମାଳ, କୋରାପୁଟରେ ଘନ କୁହୁଡ଼ି ସମ୍ଭାବନା ଅଛି । ବୁଧବାର ରାତି ଓ ଗୁରୁବାର ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଳାହାଣ୍ଡି, ରାୟଗଡ଼ା, କଟକ, କୋରାପୁଟ ଓ ବଲାଙ୍ଗିର ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ । ବର୍ତ୍ତମାନ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତାକାଲିଠାରୁ ରାଜ୍ୟରେ ଶୀତ ପ୍ରକୋପ କ୍ରମଶଃ ବଢ଼ିବ । ୨/୩ ଦିନ ଭିତରେ ପାରଦ ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଡିସେମ୍ବର ଅଧା ବିତିଗଲାଣି । ଏଯାଏଁ ରାଜ୍ୟରେ ଶୀତ ପ୍ରକୋପ ଅନୁଭୂତ ହୋଇନି । ଶୀତ ଯେମିତି ଗାଏବ୍‌ ହୋଇଯାଇଛି । ଗତକାଲି ମଧ୍ୟ ରାତିରେ ସବୁଠି ପାରଦ ୧୧ ଡିଗ୍ରୀ ଉପରେ ଥିଲା । ଦାରିଙ୍ଗିବାଡ଼ି ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ସୁନ୍ଦରଗଡ଼ ସର୍ବନିମ୍ନ ତାପମାତ୍ରା ୧୨, କୋରାପୁଟ ୧୨.୬ ଡିଗ୍ରୀ ଥିଲା ।