ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଭୁବନେଶ୍ୱର ୧୭/୦୩ : ଦୁର୍ନୀତି ଖୋର ଅଧିକାରୀଙ୍କ ପ୍ରତି ରାଜ୍ୟ ସରକାରଙ୍କ ପୁଣି କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପ୍ରରିପେକ୍ଷୀରେ ଆଜି ପୂର୍ବତନ କୋରାପୁଟ ଜିଲ୍ଲା କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର। ସଂପୃକ୍ତ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ପ୍ରଦୀପ କୁମାରଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଥିଲା, ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ।

ସୂଚନା ମୁତାବିକ, ଜୁଲାଇ ୨ରେ ପ୍ରଦୀପ କୁମାରଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିଥିଲା । ଯାହାପରେ ଭିଜିଲାନ୍ସ ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ସେହିପରି ସେଦିନ ଭୁବେନଶ୍ୱରରୁ ୧୧ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଗିରଫ ହୋଇଥିଲେ ପ୍ରଦୀପ । ଏହି ମାମଲାରେ ଗିରଫ ହୋଇ ଜେଲ୍‌ ଯାଇଥିଲେ ପ୍ରଦୀପ ମହାନ୍ତି । ପ୍ରଦୀପଙ୍କର ମୋଟ ୩.୫ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଥିଲା । ସେବେଠାରୁ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

   ସମ୍ବନ୍ଧିତ ଖବର


ବେଶ ଓଲାଗି ପରେ ନେଇଗଲେ ଦୁର୍ଲଭ ନାଗାର୍ଜୁନ ବେଶର ସୂର୍ଯ୍ୟ-ଚନ୍ଦ୍ର: ତଦନ୍ତ କରିବେ ଶ୍ରୀମନ୍ଦିର କମାଣ୍ଡର ଓ ନୀତି ପ୍ରଶାସକ

ଆଇଏଫ୍‌ଏସ୍‌ ଅଫିସର ଅଭୟଙ୍କ ସମ୍ପତ୍ତି ଆକଳନ କରିବ ଏସ୍‌ଆଇଟି ଟିମ୍, ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ

କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ଅଳ୍ପକେ ବର୍ତ୍ତିଲେ କୋରାପୁଟ ଅତିରିକ୍ତ ଏସ୍‌ପିଙ୍କ ପରିବାର, ୪ ଆହତ

ବିଧାନସଭା ଆଗରେ ମା-ଭାଇଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଅମୃତ ମୁତ୍ୟୁ ରହସ୍ୟର ପୂର୍ଣ୍ଣଚ୍ଛେଦ ଟାଣିଲେ ଏସ୍‌ପି, ଦୁର୍ଘଟଣା ଯୋଗୁଁ ମସ୍ତିଷ୍କରେ ଆଘାତ ଲାଗି ଯାଇଥିଲା ପ୍ରାଣ

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୨ରେ ସ୍ଥଳଭାଗ ଛୁଇଁବା ଆଶଙ୍କା