PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଡ୍ରେନ୍ ଭିତରୁ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !

କେନ୍ଦୁଝର, ୦୧/୦୬ : ଡ୍ରେନ୍ ଭିତରୁ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ସଦର ଏସଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଡ୍ରେନ୍ ଭିତରେ ଜଣେ କନଷ୍ଟେବଳଙ୍କର ମୃତଦେହ ଉଦ୍ଧାର ହୋଇଛି । ତେବେ କନଷ୍ଟେବଳଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। କେହି ହତ୍ୟା କରି ପକାଇଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି।

ସୂଚନାନୁଯାୟୀ, ମଙ୍ଗଳବାର ସକାଳେ କେନ୍ଦୁଝର ସଦର ଏସଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଡ୍ରେନ୍ ଭିତରେ ଜଣେ କନଷ୍ଟେବଳଙ୍କର ମୃତଦେହ ଦେଖିବାକୁ ମିଳିଥିଲା। ମୃତ କନଷ୍ଟେବଳ ହେଉଛନ୍ତି ବିଶ୍ୱ ଭୂଷଣ ସେଠୀ ଓ ତାଙ୍କ ଘର ଫକିରୀପୁର। ଘଟଣା ସ୍ଥଳରେ ଖୋଦ୍ ଏସିଡିପିଓ ଓ ଥାନାର କର୍ମଚାରୀମାନେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଜିଲ୍ଳା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ତେବେ ମୃତ୍ୟୁର କାରଣ ଜଣା ପଡିନାହିଁ । ଏନେଇ ସଦର ଏସଡିପିଓ କିଛି କହିବାକୁ ମନା କରିଦେଇଛନ୍ତି । ମୃତଦେହ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ସେ କହିଛନ୍ତି ।