ଲକ୍‌ଡାଉନ୍‌ ନହୋଇଥିଲେ ଏକ ଲକ୍ଷ ଟପି ସାରିଥାଆନ୍ତା କରୋନା ଆକ୍ରାନ୍ତଙ୍କ ସଂଖ୍ୟା – ସରକାର


ନୂଆଦିଲ୍ଲୀ – ଦେଶରେ କରୋନା ସଂକ୍ରମଣକୁ ପ୍ରତିହତ କରିବାପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି । ଏଥିଯୋଗୁଁ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଏକ ପ୍ରକାର ନିୟନ୍ତ୍ରଣରେ ରହିଛି । ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ହଜାର ପାର କଲାଣି । ଲକ୍‌ଡାଉନ୍‌ ନ ହୋଇଥିଲେ ଏହା ଦ୍ରୁତ ଗତିରେ ବ୍ୟାପି ଥାଆନ୍ତା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଲକ୍ଷ ପାର କରି ସାରନ୍ତାଣି ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ନୀତି ଆୟୋଗର ସଦସ୍ୟ ଡକ୍ଟର ବିକେ ପାଲ ଏହି ସୂଚନା ଦେଇଛନ୍ତି ।

ଏବେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ୬୮୭୧ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ୩୦୦ ଟପିଲାଣି ।

ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ ପହଞ୍ଚିଛି । ଏଥିରେ ଅଧିକାଂଶ ପଶ୍ଚିମବଙ୍ଗ ଫେରନ୍ତା ରହିଛନ୍ତି ।

କୋଭିଡ୍-୧୯ ଚିକିତ୍ସା ସେବାକୁ ରାଜ୍ୟର ସବୁ ଜିଲ୍ଲାକୁ ସଂପ୍ରସାରିତ କରିବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାଠାରେ ୬ଟି ଆଇସିୟୁ ଶଯ୍ୟା ସହିତ ୨୦୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟକ୍ଷମ ହୋଇଛି । ଓଡ଼ିଶା ଖଣି ନିଗମଙ୍କ ଆର୍ଥିକ ସହଯୋଗରେ ଏହି ସ୍ୱତନ୍ତ୍ର ହସ୍ପିଟାଲ୍ ପ୍ରସ୍ତୁତ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ୍ ସଂଖ୍ୟା ୩୩ ହେବା ସହ ସମୁଦାୟ ଶଯ୍ୟା ସଂଖ୍ୟା ୫୪୭୬କୁ ବୃଦ୍ଧିପାଇଛି ।

କୋଭିଡ୍-୧୯ ସମୟରେ ସ୍ୱାସ୍ଥ୍ୟସେବାକୁ ମଜବୁତ କରିବା ନିମନ୍ତେ ୧୧ଟି ଜିଲ୍ଲାର ୧୦୫ ଜଣ ନର୍ସଙ୍କ ପାଇଁ କଟକସ୍ଥିତ ଏସ୍ସିବି ମେଡିକାଲ୍ କଲେଜରେ କ୍ରିଟିକାଲ୍ କେୟାର ଆଇସିୟୁ ଟ୍ରେନିଂ କାର୍ଯ୍ୟକ୍ରମ ଜାରି ରହିଛି । ନର୍ସମାନଙ୍କ ପାଇଁ ଏହି ତାଲିମ କାର୍ଯ୍ୟକ୍ରମ ୭ ଦିନ ଧରି ଚାଲିବ ।

   ସମ୍ବନ୍ଧିତ ଖବର


ଫେସବୁକ୍ ଲଞ୍ଚ୍ କଲା ନୂଆ ସେବା, ଖୁବ୍ ଶୀଘ୍ର ଆକାଉଣ୍ଟକୁ କରନ୍ତୁ ଚେକ୍

ଚିନ୍ତାର କଥା ! ପରୀକ୍ଷଣ ସମୟରେ କରୋନା ଟିକାରେ ହେଲା ମୃତ୍ୟୁ…

ଟ୍ରେନରେ ଯାତ୍ରା ସମୟରେ ଲଗେଜ୍ ଚିନ୍ତା ଗଲା, ଏଣିକି ଘରେ ପହଞ୍ଚିବ ସାମଗ୍ରୀ

କରୋନାରୁ ରକ୍ଷା କରିବ ଏହି ‘ଛତୁ’–ଷ୍ଟାର୍ଟ ଅପ୍‌ କମ୍ପାନୀ ତିଆରି କଲେ ଇମ୍ୟୁନିଟି ବୁଷ୍ଟର

କରୋନା ଭୟରେ ଏହି ଦେଶରେ ବନ୍ଦ ହେଲା ମାଛ ମାର୍କେଟ୍, ଲାଗିଲା କର୍ଫ୍ୟୁ

ନବରାତ୍ରୀ ନେଇ ସୋସିଆଲ ମିଡିଆରେ ଅଶ୍ଲୀଳ ପୋଷ୍ଟ, କ୍ଷମା ମାଗିଲା Eros Now