ସୁସ୍ଥ ହେଲେ ଆଉ ୮୪ ଜଣ କରୋନା ଆକ୍ରାନ୍ତ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ବର ୨୬/୫: ରାଜ୍ୟରେ କରୋନା ପଜିଟିଭ୍‌ ଗ୍ରାଫ୍‌ ଉପରମୁହାଁ ଥିବା ବେଳେ ଆସିଛି ଆଶ୍ବସ୍ତିର ଖବର। ଆଜି ରାଜ୍ୟରେ ୮୪ ଜଣ କୋଭିଡ୍ ଆକ୍ରନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ ଦ୍ବାରା ସୂଚନା ଦିଆଯାଇଛି। ଫଳରେ ରାଜ୍ୟ​‌ରେ୭୩୩ ଜଣ କରୋନା କବଳରୁ ମୁକ୍ତ ହୋଇଛନ୍ତି। ଆଜି ସକାଳୁ ରାଜ୍ୟରେ୭୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ୍ ହୋଇଥିଲେ।

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁର ଜିଲ୍ଲାରୁ ୧୮, ବାଲୋଶ୍ବର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ୫, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ନୟାଗଡ଼, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲୋଖାଏଁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୭୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି।

   ସମ୍ବନ୍ଧିତ ଖବର


ସେମିଳିଗୁଡ଼ା ପୋଲିସକୁ ବଡ଼ ସଫଳତା, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ରାଉରକେଲା ସ୍କର୍ପିଓ ପୋଡି ଘଟଣା; ଗୋମାଂସ ଚାଲାଣ ସନ୍ଦେହରେ ଦୁର୍ବୃତ୍ତ ଜାଳିଥିଲେ ଗାଡି, ଡ୍ରାଇଭର ସମେତ ୪ ଗିରଫ

ମହିଳା ଟେନିସ୍‌ ତାରକା ‌ ସିମୋନା ହାଲେପଙ୍କୁ କରୋନା

କଟକ ସହର ପାଇଁ ଆଉ ଏକ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା : ସ୍କିପ୍ସ ପ୍ରୋଜେକ୍ଟରେ ପ୍ରଥମ ଗ୍ରୀଡ୍ ଲୋକାର୍ପିତ

ଲଭ ଜିହାଦକାରୀଙ୍କୁ ଯୋଗୀ ରୋକଠୋକ୍‌ ଶୁଣାଇଲେ ରାମ ନାମ ସତ୍ୟ ହୈ…ସୁଧୁରି ନଗଲେ ହୋଇଯିବ ଶେଷ

ନୀଳଗିରିକୁ ଝାଡଖଣ୍ଡି ହାତୀପଲଙ୍କ ଆଗମନ ଆଶଙ୍କା, ଦନ୍ତା ହାତୀ ଆସିବୁଲି ଫେରିଯିବା ପରେ ବଢିଲା ଚିନ୍ତା…