PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ବରିଷ୍ଠ ସିପିଆଇଏମ ନେତା ଙ୍କ ପୁତ୍ର କରୋନାରେ ଆଖି ବୁଜିଲେ

ନୀଳଗିରି,(ଆ.ପ୍ର):ନୀଳଗିରି ବ୍ଲକ ଅଧିନ କେସିପୁର ପଂଚାୟତ ର ପୁର୍ବତନ ସମିତିସଭ୍ୟ ତଥା ବରିଷ୍ଠ ସିପିଆଇଏମ ନେତା ସୁରେଶ ନାୟକ ଙ୍କ ସାନପୁଅ ପ୍ରକାଶ (୩୫)ଙ୍କର କରୋନା ରେ ଆଖି ବୁଜିଛନ୍ତି ।କେସିପୁର ପଞ୍ଚାୟତ ଅଶୋକନାଳ ଗ୍ରାମର ପ୍ରକାଶ ୫ ଦିନ ପୂର୍ବରୁ ହଠାତ ଅସୁସ୍ଥ ଅନୁଭବ କରିବାରୁ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା।ପଜିଟିଭ ଆସିବାରୁ ସେ ବାଲେଶ୍ଵର କୋଭିଡ ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା।

ସ୍ଵାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଖବର ପାଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପରେ ତାଙ୍କୁ ଉତ୍ତମ ଚିକିତ୍ସା ପାଇଁ ଭୁବନେଶ୍ୱରରୁ ଭେଣ୍ଟିଲେଟର ଆମ୍ବୁଲାନ୍ସ ଡକାଇଥିଲେ।ହେଲେ ତାଙ୍କୁ ନବା ରାସ୍ତାରେ ଭଦ୍ରକ ନିକଟରେ ସେ ଆଖୁବୁଜି ଦେଇଥିଲେ।ତାଙ୍କର ୩ ବର୍ଷର ଝିଅଟିଏ ଅଛନ୍ତି।ପ୍ରକାଶ ଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ,ତାଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ,ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ,ପୁର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା,ଉପେନ୍ଦ୍ର ଦାସ, ଉପେନ୍ଦ୍ର ନାୟକ ଓ ଅଞ୍ଚଳବାସୀ ଗଭୀର ଶୋକ ପ୍ରକାଶ କରିଛନ୍ତି।