ଥାନା ପରିସରରେ ନିଜ ଦେହରେ ନିଆଁ ଲଗାଇଲେ ଦମ୍ପତି

ମଥୁରା ୨୯/୮ : ଉତ୍ତରପ୍ରଦେଶର ମଥୁରା ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ରହୁଥିବା ଏକ ଦମ୍ପତିଙ୍କର ଅଭିଯୋଗ କ୍ରମେ ପୁଲିସ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଉଭୟ ସ୍ୱାମୀ ସ୍ତ୍ରୀ ଥାନା ପରିସରରେ ନିଜ ଦେହରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦିନମଜୁରିଆ ଭାବେ କାମ କରୁଥିବା ଏହି ଦମ୍ପତିଙ୍କ ଘରକୁ କେତେକ ଦୁର୍ବୃତ୍ତ ମାଡ଼ି ବସିଥିଲେ ।

ଗତ ଅଗଷ୍ଟ ୨୩ରେ ସେମାନେ ଥାନାରେ ଲିଖିତ ଅଭିଯୋଗ କରିଥିଲେ । କିନ୍ତୁ, ପୁଲିସ ଏନେଇ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ଗ୍ରହଣ କରିନଥିଲା । ପୁଲିସ ନିକଟରେ ଅଭିଯୋଗ ଦାଖଲ କରିଥିବାରୁ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିବାର ଧମକ ଦେଉଥିବା ମଧ୍ୟ ସେମାନେ ଅଭିଯୋଗ କରିଛନ୍ତି । ଏହି ଘଟଣା ସାମ୍ନାକୁ ଆସିବା ପରେ ପୀଡ଼ିତ ଦମ୍ପତ୍ତି ଯେଉଁ ପୁଲିସଙ୍କ ନିକଟରେ ଅଭିଯୋଗ କରିଥିଲେ ତାଙ୍କୁ ନିଲମ୍ବିତ କରାଯାଇଛି ବୋଲି ସ୍ଥାନୀୟ ଏସ୍‌ପି ସୂଚିତ କରିଛନ୍ତି । ଏହା ବ୍ୟତୀତ ସେମାନଙ୍କର ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି ।

   ସମ୍ବନ୍ଧିତ ଖବର


ଏହି ସପ୍ତାହରୁ ୟୁରୋପରେ ପ୍ରଥମେ ଅକ୍ସଫୋର୍ଡ କରୋନା ଟିକାର ରୋଲିଂ ରିଭ୍ୟୁ ପାଇଁ ଯୋଜନା ଆରମ୍ଭ

କୋଟିପତି ଏବଂ ବଡ ବଡ ଉଦ୍ୟୋଗପତି ନେଇଛନ୍ତି ରୁଷ୍‌ର କରୋନା ଟିକା !

ସେନାର ଯବାନ ଖାଇବେ ଲ୍ୟାବ୍‌ର ପରିବା – ବଙ୍କରରେ ତିଆରି ହେବ

ବାସି ମିଠାର ଯୁଗ ଶେଷ- ଏବେ ମିଠା ଦୋକାନାରେ ମିଠା ତିଆରି ଏବଂ ଭଲ ରହିବା ତାରିଖ ଲେଖିବାକୁ ନିୟମ କଲେ FSSAI- ମିଠା ଦୋକାନୀଙ୍କ ବିରୋଧ

ଡେଲିଭରୀ ଫିସ୍‌ ଦେଇ ପାରିଲେନି ମହିଳା– ୩ ହଜାର ଟଙ୍କାରେ ନବଜାତ ଶିଶୁକୁ ରଖିଲେ ଡାକ୍ତର

ଟିକଟକ୍ ଭିଡିଓ କରିବା ବାହାନାରେ ସାଙ୍ଗକୁ ହତ୍ୟାକଲା ନାବାଳକ,ଗୋଟିଏ ଝିଅକୁ ଦୁହେଁ ଭଲ ପାଉଥିଲେ