PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ବିଏମସି ପକ୍ଷରୁ କଡାକଡି କଟକଣା, ବିମାନ ଯାତ୍ରୀଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ଆବଶ୍ୟକ


ଭୁବନେଶ୍ୱର,୧ ।୬ ବିମାନ ବନ୍ଦରରେ କଡାକଡି ହୋଇଛି କଟକଣା । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଏବେ ଦିନକୁ ପ୍ରାୟ ହଜାରରୁ ୧୫୦୦ ଯାତ୍ରୀ ଯାତାୟାତ କରୁଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ବିଏମସି ପକ୍ଷରୁ କଡାକଡି କଟକଣା କରାଯାଇଛି ।

ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଉଥିବା ଯାତ୍ରୀ ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ବିମାନ ବନ୍ଦରରେ ଅବତରଣ କରିବାର ୪୮ ଘଣ୍ଟା ପୂର୍ବରୁ ଆରଟିପିସିଆର କିମ୍ବା ଆଣ୍ଟିଜେନ ନେଗେଟିଭ ରିପୋର୍ଟ ଯାତ୍ରୀ ଦେଖାଇବେ । କୋଭିଡ ଟେଷ୍ଟିଂ ରିପୋର୍ଟ ନ ଥିଲେ ୨ ଡୋଜ ଟିକା ନେଇଥିବା ସାର୍ଟିଫିକେଟ ଦେଖାଇବେ ।

ଯେଉଁମାନଙ୍କ ପାଖରେ ରିପୋର୍ଟ କିମ୍ବା ସାର୍ଟିଫିକେଟ ନ ଥିବ ସେମାନେ ବିମାନ ବନ୍ଦରରେ ଆଣ୍ଟିଜେନ ଟେଷ୍ଟ କରାଯିବ । ଯାହାର ପଜିଟିଭ ବାହାରିବ ସେମାନଙ୍କୁ କୋଭିଡ କେୟାର ସେଣ୍ଟର କିମ୍ବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏହାକୁ ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ତୁରନ୍ତ ଏହା କଡାକଡି ଲାଗୁ କରିବେ ବୋଲ ବିଏମସି କମିଶନର ନିର୍ଦେଶନାମା ଜାରି କରିଛନ୍ତି ।