PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଛୁଆ ହାତୀର ମୃତଦେହ ଉଦ୍ଧାର

ଦେବଗଡ଼, ୨୬|୧୨:    ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜର ବରଡାନାଳି ଗାଁରୁ ଆଜି ଏକ ଛୁଆ ହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀର ଆନୁମାନିକ ବୟସ ୩ ବର୍ଷ ହେବ ବୋଲି ଜଣାପଡିଛି।

ଆଜି ସକାଳେ ବରଡାନାଳି ଗ୍ରାମର ଫକୀର ଗଡନାୟକଙ୍କ ଗୁହାଳ ଘର ପଛପଟେ ଏହି ଛୁଆ ହାତୀର ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ମୃତ୍ୟୁର କାରଣ ଜଣା ପଡ଼ିନାହିଁ। ମୃତ ହାତୀ ଶରୀରରେ କୌଣସି କ୍ଷତ ଚିହ୍ନ  ବି ନାହିଁ। ବୟସ୍କ ହାତୀ ଆକ୍ରମଣରେ ଶାବକର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ସୁଚନା ପାଇ ଫରେଷ୍ଟର ଓ ରିଆମାଳ ରେଞ୍ଜ ଅଫିସରଙ୍କ ନିର୍ଦେଶରେ ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି।