PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

କାଳ ହେଲା କୁହୁଡ଼ି : ନେଇଗଲା ଗୋଟିଏ ପରିବାରର ୬ ଜୀବନ

ନୋଏଡ଼ା ୩୦।୧୨ : ଗ୍ରେଟର ନୋଏଡାରେ ଗୋଟିଏ ପରିବାରର ୬ ଜଣଙ୍କର ଜୀବନ ଚାଳିଯାଇଛି। ଗତକାଲି ରାତି ୧୧ଟା ୩୦ ମିନିଟ୍ ସମୟରେ ଏହି ଦୁର୍ଘଟଣା ଘଟିଛି। ଗୋଟିଏ କାରରେ ପରିବାରର ଲୋକ ଯାଉଥିବାବେଳେ କେନାଲ ତଳକୁ କାରଟି ଖସି ପଡ଼ିଥିଲା। ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ମାରୁତି ସୁଜୁକିର ଏରଟିଗା କାରରେ ମୋଟ ୧୧ ଜଣ ଥିଲେ।

ସୂଚନାଯୋଗ୍ୟ ଯେ, କାରର ବେଗ ଜୋର ଥିଲା। କୁହୁଡ଼ି ପାଇଁ ରାସ୍ତା ଭଲ ଭାବରେ ଦେଖାନଯିବାରୁ ନିୟନ୍ତ୍ରଣ ହରାଇଥିଲେ କାର ଚାଳକ। ଫଳରେ କେନାଲ ତଳକୁ ଖସି ପଡ଼ିଥିଲା। କାରରେ ଗୋଟିଏ ପରିବାରର ୧୧ ଜଣ ସଦସ୍ୟ ଥିଲେ। ଏମାନେ ନୋଏଡାର ସମ୍ଭଲରୁ ଦିଲ୍ଲୀ ଆସୁଥିଲେ। ଏହି ସମୟରେ ଦୁର୍ଘଟଣା ଘଟିଛି।

ଏହାପରେ ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା। ସେଡାରେ ଡାକ୍ତର ୬ ଜଣଙ୍କର ମୃତ୍ୟୁ ହୋଇଥିବା ଘୋଷଣା କରିଛନ୍ତି। ୫ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ କହିବାନୁସାରେ, ପ୍ରାଥମିକ ତଦନ୍ତରୁ ଜଣାପଡ଼ୁଛି କୁହୁଡି ପାଇଁ ଏହି ଦୁର୍ଘଟଣାଟି ଘଟିଛି। ପରିବାର ଲୋକେ ଦୁଇଟି ଗାଡ଼ିରେ ଦିଲ୍ଲୀ ଆସୁଥିଲେ। ଦ୍ୱିତୀୟ କାରଟି ଏରଟିଗା ପଛରେ ଆସୁଥିଲା।

ସମ୍ବନ୍ଧିତ ଖବର