PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ନାକଟିଦେଉଳରେ ଭାଲୁ ଆକ୍ରମଣରେ ୨ ଚାଷୀ ଗୁରୁତର
  • ||
  • Tokyo Olympics : ଭାରତକୁ ପ୍ରଥମ ପଦକ, ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ
  • ||
  • ସମ୍ବଲପୁର : ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା, ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୭ ହଜାର କ୍ୟୁସେକ ଜଳ, ପୁଣି ଗେଟ୍ ଖୋଲିବା ନେଇ ବାଜିଲା ସାଇରନ୍
  • ||
  • ଆନନ୍ଦପୁର : ଶାଳନ୍ଦୀ ନଦୀର ହଦଗଡ ଡ୍ୟାମରୁ ହୋମିଓପାଥି ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ତଳୁ ଥିଲେ ନିଖୋଜ
  • ||
  • ଯାଜପୁର : ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଝିଅ ଘର ଲୋକେ
  • ||
  • ତେଲକୋଇ : ନାଳରେ ଭାସିଗଲେ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ
  • ||
  • ବାନ୍ଦୀପୋରା : ଆତଙ୍କବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ, ସେନା ଗୁଳିରେ ୨ ଆତଙ୍କବାଦୀ ସଫା
  • ||
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

ଡ୍ରୋଜର ଲଗାଇଲା ମନ୍ଦିର ପ୍ରଶାସନ: ଶ୍ରୀଲିଙ୍ଗରାଜଙ୍କ ଜମିରୁ ବେଆଇନ ନିର୍ମାଣ ଧୂଳିସାତ୍‌

ଭୁବନେଶ୍ୱର,୧୩ ।୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ଜମି ଜବରଦଖଲକାରୀଙ୍କ ବିରୋଧରେ ମନ୍ଦିର ପ୍ରଶାସନ ବଡ଼ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି । ବିଏମ୍‌ସି ସହାୟତାରେ ଆଜି ଶ୍ରୀଜିଉ ଜମିରେ ବେଆଇନ ଭାବେ ନିର୍ମିତ ଏକ କୋଠାକୁ ଡ୍ରୋଜର ଲଗାଇ ଭାଙ୍ଗି ଦେଇଛି । ଆଗକୁ ଏଭଳି କାର୍ଯ୍ୟାନୁଷ୍ଠାନ ଜାରି ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଫଳରେ ଜବରଦଖଲକାରୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ଗ୍ୟାରେଜ ଛକ ନିକଟ ରାଜାରାଣୀ ମୌଜାରେ ଶ୍ରୀଲିଙ୍ଗରାଜଙ୍କ ନାମରେ ଏକ ବହୁମୂଲ୍ୟ ଜମି ଅଛି । କିଛି ଦିନ ହେବ ଏହି ଜମିରେ ଜବରଦଖଲକାରୀ ଏହାକୁ କବଜା କରି ସେଥିରେ ବେଆଇନ ଭାବେ କୋଠା ଘର ନିର୍ମାଣ ଚଳାଇଥିଲେ । ମନ୍ଦିର ପ୍ରଶାସନ ପକ୍ଷରୁ ବାରମ୍ବାର ତାଗିଦ ସତ୍ତେ୍ୱ ନିର୍ମାଣ ଜାରି ରଖିଥିଲେ । ତେଣୁ ଆଜି ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ବିଏମ୍‌ସି ଓ ମନ୍ଦିର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ବିଏମ୍‌ସି ଡ୍ରୋଜର ଉକ୍ତ ନିର୍ମାଣକୁ ଭାଙ୍ଗି ଧୂଳିସାତ କରି ଦେଇଛି ।