ଭୁବନେଶ୍ୱର-ଦୁବାଇ-ଭୁବନେଶ୍ୱର ସିଧା ବିମାନ ସେବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,ଭୁବନେଶ୍ୱର ୧୮/୯: ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ପର୍ଯ୍ୟନ୍ତ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟବସ୍ଥା କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭୁବନେଶ୍ୱରରୁ ଦୁବାଇ ଯାତାୟତ କରୁଥିବା ଓଡିଶାର ଯାତ୍ରୀଙ୍କ ସୁବିଧା ତଥା ଓଡିଶାର ବିକାଶରେ ଏହି ଆକାଶପଥରେ ଯୋଗାଯୋଗର ବଡ ଭୂମିକା ରହିଛି । ଏହି ପୃଷ୍ଠଭୂମିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ୱତନ୍ତ୍ର ଭାବରେ ହସ୍ତକ୍ଷେପ କରି ଭୁବନେଶ୍ୱର-ଦୁବାଇ-ଭୁବନେଶ୍ୱର ସିଧା ବିମାନ ସଂଯୋଗ ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ପୂର୍ବୋଦୟ ଯୋଜନାରେ ପୂର୍ବ ଭାରତରେ ଓଡିଶା ବିକାଶର ପେଣ୍ଠସ୍ଥଳୀ ଭାବରେ ଆଗକୁ ବଢୁଛି । କେନ୍ଦ୍ର ସରକାର ଉଡାନ ଯୋଜନା ମାଧ୍ୟମରେ ଆଂଚଳିକ ସ୍ତରରେ ବିମାନ ଯୋଗାଯୋଗ କ୍ଷେତ୍ରରେ ନୂଆ ସମ୍ଭାବନାର ସୂତ୍ରପାତ କରିଛି । ଏହାସହ ରାଜଧାନୀ ଭୁବନେଶ୍ୱର ସହ ସିଧାସିଧା ଅନ୍ତରାଷ୍ଟ୍ରୀୟ ବିମାନ ଯୋଗାଯୋଗ ପୂର୍ବ ଭାରତର ବିକାଶର ସମ୍ଭାବନାକୁ ଆହୁରି ଶକ୍ତିଶାଳୀ କରିବ ।

ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବର୍ତମାନ ଭୁବନେଶ୍ୱରର ସିଧାସିଧା ବିମାନ ସଂଯୋଗ କେବଳ ଥାଇଲାଣ୍ଡର ବ୍ୟାଙ୍କକ୍ ସହ ରହିଛି । ଭୁବନେଶ୍ୱରକୁ ୟୁଏଇର ଦୁବାଇ ସହିତ ଯୋଡିବା ପାଇଁ ଦୀର୍ଘଦିନରୁ ଦାବୀ  ହୋଇ ଆସୁଛି ।

ସେ ପତ୍ରରେ କହିଛନ୍ତି ଯେ ୟୁନାଇଟେଡ୍ ଆରବ୍ ଏମିରେଟସ୍ (ୟୁଏଇ)ର ବିଭିନ୍ନ ଅଂଚଳରେ   ପ୍ରାୟ ୧୫ ହଜାରରୁ ଉଦ୍ଧ୍ୱର୍ ଓଡିଆ ଲୋକ ବସବାସ କରୁଛନ୍ତି । ଏହି ଲୋକମାନେ ନିଜ ରାଜ୍ୟକୁ ଯାତାୟତ କରିବା ସମୟରେ ବିଭିନ୍ନ ପରୋକ୍ଷ ପଥରେ ଯିବାଆସିବା କରିବାକୁ ପଡୁଛି ।  ଧର୍ମେନ୍ଦ୍ର କହିଛନ୍ତି କି ତାଙ୍କର ସୂଚନାନୁସାରେ ୟୁଏଇର ଓଡିଆ ସୋସାଇଟି ଏୟାର ଇଣ୍ଡିଆର ମଧ୍ୟ ପ୍ରାଚ୍ୟ ଅଧିକାରୀଙ୍କ ସହ ସାକ୍ଷାତ୍ କରି ଦୁବାଇ-ଭୁବନେଶ୍ୱର ମଧ୍ୟରେ ସିଧା ବିମାନ ଯୋଗାଯୋଗ ପାଇଁ ଥିବା ଭଲ ଯାତାୟତ ତଥ୍ୟକୁ ସୂଚିତ କରିଛନ୍ତି । 

ଧର୍ମେନ୍ଦ୍ର ଏହା ମଧ୍ୟ କହିଛନ୍ତି ଯେ ଭୁବନେଶ୍ୱର ଶିକ୍ଷା, ସ୍ୱାସ୍ଥ୍ୟସେବା, ସଂସ୍କୃତି ଓ ପର୍ଯ୍ୟଟନର କେନ୍ଦ୍ର ଭାବରେ ବିକଶିତ ହୋଇଛି ଓ ସ୍ୱାସ୍ଥ୍ୟ ପର୍ଯ୍ୟଟନ, ସାଂସ୍କୃତିକ ପର୍ଯ୍ୟଟନ ତଥା ଶିକ୍ଷା କ୍ଷେତ୍ରରେ ସଂଯୋଗ ସ୍ଥାପନ ପାଇଁ ଏକ ପ୍ରମୁଖ କେନ୍ଦ୍ର ହୋଇପାରିବ । 

   ସମ୍ବନ୍ଧିତ ଖବର


କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନା ପଜିଟିଭ୍

ବିହାରର ସେହି ଦିନକୁ ମନେପକାଅ, ଯେତେବେଳେ ଡ଼ରୁଥିଲେ ମାଆମାନେ : ସ୍ମୃତି ଇରାନୀ

କରୋନା ସଂକ୍ରମଣର ଆତଙ୍କ ଭିତରେ ଆସିଲା ଭଲ ଖବର —ଅଧ୍ୟୟନରୁ ସ୍ପଷ୍ଟ ହେଲା ଏହି ତଥ୍ୟ

କରୋନା ଭାକ୍‌ସିନ୍‌ କେବେ ଉପଲବ୍ଧ ହେବ ? ସିରମ ଇନଷ୍ଟିଚ୍ୟୁଟ୍‌ର ସିଇଓ କହିଲେ ….

ଜାଣନ୍ତୁ ଆମ ଦେଶର କେଉଁ ରାଜ୍ୟର ମହିଳା ମଦ୍ୟପାନ ଏବଂ କେଉଁ ରାଜ୍ୟରେ ତମାଖୁ ସେବନରେ ଆଗୁଆ

ସାଂସଦଙ୍କୁ ହତ୍ୟା ପାଇଁ ୨ କୋଟିର ସୁପାରି! ଏହି ଗ୍ୟାଙ୍ଗର ନାଁ ଆସିଲା