PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

‘ରାଜ୍ୟରେ କରୋନା ସ୍ଥିତି ଡାଉନ୍‌ ଟ୍ରେଣ୍ଡରେ ଅଛି, ଆଗକୁ ମେଣ୍ଟେନ କରିବାକୁ ହେବ’ : ଡିଏମ୍‌ଇଟି

ଭୁବନେଶ୍ବର ୧।୬ : ରାଜ୍ୟରେ କରୋନା ସ୍ଥିତି ଡାଉନ୍‌ ଟ୍ରେଣ୍ଡରେ ରହିଛି । ସେହି ଟ୍ରେଣ୍ଡ ଆଗକୁ ମେଣ୍ଟେନ ହେବ ବୋଲି ଆଶା କରାଯାଉଛି। ଓଡ଼ିଶାର ସଂକ୍ରମିତଙ୍କ ସଂଖ୍ୟା ୮ରୁ ୧୦ ହଜାର ଭିତରେ ରହୁଛି। ଆଗରୁ ଅନେକ ଲୋକ କ୍ରିଟିକାଲ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ୁଛି। ଏନେଇ ଡିଏମ୍‌ଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି।

ରାଜ୍ୟ ସରକାର ଲକଡାଉନର ଅବଧିକୁ ବୃଦ୍ଧି କରିଛନ୍ତି । ମେ ୩୧ ତାରିଖରେ ଲକଡାଉନ୍ ସରିଥାନ୍ତା । କିନ୍ତୁ କରୋନାର ବର୍ଧିତ ମାମଲା ଓ ସଂକ୍ରମଣ ଚେନ୍ ଭାଙ୍ଗିବାକୁ ଏହାକୁ ଜୁନ ୧୭ ସକାଳ ୫ଟା ଯାଏଁ ବୃଦ୍ଧି କରାଯାଇଛି । ଏହି ସମୟରେ କଟକଣାକୁ କଡାକଡି କରାଯାଇଛି । ସରକାରଙ୍କ ଗାଇଡ୍ ଲାଇନ୍ ଅନୁସାରେ, କେବଳ ଅତ୍ୟାବଶ୍ୟକ ସେବା ଯୋଗାଉଥିବା କର୍ମଚାରୀ ଓ ବ୍ୟକ୍ତିବିଶେଷ ହିଁ ଯାତାୟତ କରିପାରିବେ ।

ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବି କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି ।