PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ପୁରୀକୁ ପାଇପ ଯୋଗେ ମିଳିବ ବିଶୁଦ୍ଧ ପାନୀୟ ଜଳ, ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନର ଶୁଭାରମ୍ଭ

ପୁରୀ, ୨୬/୦୭ : ପୁରୀକୁ ପାଇପ ଯୋଗେ ମିଳିବ ବିଶୁଦ୍ଧ ପାନୀୟ ଜଳ। ବଳିଆପଣ୍ଡାରେ ଶୁଭାରମ୍ଭ ହେଲା ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ। ପୁରୀକୁ ଯୋଗାଣ ହେବ ୧୦୫୦୦ ମାନର ବିଶୁଦ୍ଧ ପାନୀୟ ଜଳ । ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଇବାରେ ଦେଶର ପ୍ରଥମ ସହର ହେବ ପୁରୀ। ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହା ଏକ ଯୁଗାନ୍ତକାରୀ ପ୍ରକଳ୍ପ।

ମାଟିତୋଟା ପରେ ବଳିଆପଣ୍ଡାରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ ଦ୍ଵିତୀୟ। ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭିଡ଼ିଓ କନ୍ଫଫରେନ୍ସିଂ ଯୋଗେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ପଞ୍ଚାୟତିରାଜ ଓ ଜଳଯୋଗାଣ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ବିଧାୟକ ଜୟନ୍ତ ଷଡଙ୍ଗୀ, ଓ ଜିଲ୍ଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।

ଏହାଦ୍ୱାରା ବିଶୁଦ୍ଧ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଲଣ୍ଡନ, ଲସ୍‌ ଏଞ୍ଜେଲ୍‌ସ ଓ ସିଙ୍ଗାପୁର ଭଳି ଅନ୍ତର୍ଜାତୀୟ ସହରମାଳାରେ ସାମିଲ ହୋଇଛି ପୁରୀ। ଏହି ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ପୁରୀକୁ ଆସୁଥିବା ପର୍ଯ୍ୟଟକମାନେ ଉପକୃତ ହେବେ। ଏହା ଦ୍ୱାରା ପୁରୀ ସହରରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ହ୍ରାସ ହେବ।