PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍

ଚଣ୍ଡିଖୋଲ, ୨୪/୦୧ : ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା ଟ୍ରକ୍। ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର୍। ଯାଜପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥ ଚଢେଇଧରା ଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ଡ଼ୁବୁରୀରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ଏକ ଟ୍ରକ୍ ଚଢେଇଧରା ଛକ ନିକଟରେ ଗାଡିକୁ ଓଭରଟେକ୍ କରୁଥିଲା। ଏହି ସମୟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଯିବା ସହ ନିର୍ମାଣଧୀନ ବ୍ରିଜ୍‌ରେ ଝୁଲି ରହିଛି। ତେବେ ଟ୍ରକ୍ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ୫୩ ନମ୍ବର ଜାତୀୟ ରାଜପଥରେ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିବା ବେଳେ ବାରମ୍ବାର ଏହିଭଳି ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି। ଏନେଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।