ସ୍କୁଲ ଛାତ୍ରଙ୍କ ଉପରେ ଚଢ଼ିଗଲା ଟ୍ରକ୍ : ଗାଡ଼ି ଜବତ କରିଛି ପୋଲିସ

ପାରାଦୀପ ୨୯।୨ : ପାରାଦୀପରେ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଲକ୍ ଥାନା ସମ୍ମୁଖରେ ଏହି ଦୁର୍ଘଟଣା ଘଟିଥିବା ନେଇ ସୂଚନା ମିଳିଛି। ମୃତକ ଛାତ୍ର ଜଣଙ୍କ ହେଲେ ଏରସମା କୋଠୀ ଅଞ୍ଚଳର କୁନା ମଲ୍ଲିକଙ୍କ ପୁଅ ଜଗନ୍ନାଥ (୧୫)। ଜଗନ୍ନାଥ ୧୦ମ ଶ୍ରେଣୀରେ ପାଠ ପଢ଼ୁଥିଲେ।  

ମିଳିଥିବା ସୂଚନାନୁସାରେ, ଜଗନ୍ନାଥ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ଆଜି ସେ କୌଣସି ଏକ କାମରେ ତାଙ୍କ ମଉସାଙ୍କ ଘର ପାରାଦୀପଗଡ ଗ୍ରାମକୁ ଯାଉଥିଲେ। ହଠାତ ଏକ ଟ୍ରକ ଜଗନ୍ନାଥଙ୍କ ଉପରେ ଚଢି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପାରାଦୀପ ଅଠରବାଙ୍କୀ ମେଡ଼ିକାଲ ନିଆ ଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଲକ୍ ଥାନା ପୁଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

   ସମ୍ବନ୍ଧିତ ଖବର


ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଜଣେ ଯବାନ ସହିଦ,୧୦ ଗୁରୁତର

କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ଅଳ୍ପକେ ବର୍ତ୍ତିଲେ କୋରାପୁଟ ଅତିରିକ୍ତ ଏସ୍‌ପିଙ୍କ ପରିବାର, ୪ ଆହତ

ବିଧାନସଭା ଆଗରେ ମା-ଭାଇଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଅମୃତ ମୁତ୍ୟୁ ରହସ୍ୟର ପୂର୍ଣ୍ଣଚ୍ଛେଦ ଟାଣିଲେ ଏସ୍‌ପି, ଦୁର୍ଘଟଣା ଯୋଗୁଁ ମସ୍ତିଷ୍କରେ ଆଘାତ ଲାଗି ଯାଇଥିଲା ପ୍ରାଣ

ଆଜି ବଡ଼ଓଷା: ଧବଳେଶ୍ୱର ପୀଠରେ ଲାଗି ହେବ ଧଳା ଗଜ ମଣ୍ଡା, ଅଟକାଳି ଭୋଗ

ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ନିଛାଟିଆ ରାସ୍ତାରେ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତକୁ ବାନ୍ଧିଲା ପୁଲିସ୍

ଚାଉଳ ଡବାରୁ ମିଳିଲା ଚାରି ଲକ୍ଷ, ଟଙ୍କା ଚୋରି ଅଭିଯୋଗରେ ଜଣେ ଗିରଫ