PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଭାରସାମ୍ୟ ହରାଇ ଓଲଟିଲା କଣ୍ଟେନର : ୩୦ ଗୋରୁ ମୃତ, ଚାଲିଗଲା ଜଣେ ବ୍ୟକ୍ତିଙ୍କ ଜୀବନ

ବରଗଡ ୪।୬: ଓଲଟିଲା ଗୋରୁ ବୋଝେଇ କଣ୍ଟେନର୍ । ବରଗଡ ଜିଲ୍ଲା ବରପାଲି ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା। ଏହି ଦୁର୍ଘଟଣାରେ ୩୦ ଗୋରୁଙ୍କ ସମେତ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ସୂଚନା ମିଳିଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।  

ସୂଚନା ଅନୁସାରେ, ବରଗଡ଼  ଜିଲ୍ଲା ବରପାଲି ଅଞ୍ଚଳରେ ଏକ ଗୋରୁ ବୋଝେଇ କଣ୍ଟେନର୍ ଓଲଟି ପଡିଛି । ଟିଙ୍ଗାପାଲି ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏହାସହ ୩୦ଟି ଗୋରୁ ମଧ୍ୟ ପ୍ରାଣ ହରାଇଛନ୍ତି । ତେବେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।