PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ ଜିଲ୍ଲାରେ ୧୯ ତାରିଖରୁ ବନ୍ଦ ରହିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର, ଟ୍ୱିଟ୍‌ କରି ସୂଚନା ଦେଲେ ଜିଲ୍ଲାପାଳ ଜ୍ଞାନ ଦାସ
  • ||
  • କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଗାଇଡ୍ ଲାଇନ୍ ଜାରି କଲେ ଏସ୍ଆରସି- କ୍ୱାରେଣ୍ଟାଇନରେ ରହିବେ କୁମ୍ଭମେଳା ଶ୍ରଦ୍ଧାଳୁ
  • ||
  • ଏସ୍‌ସିବିରୁ ହାଇଦର ଫେରାର ଘଟଣାରେ ୩ଅଭିଯୁକ୍ତ ଗିରଫ , ୨ ଜଣ ଯୁବକ ଓ ଜଣେ ଯୁବତୀ ଗିରଫ
  • ||
  • ୨୦ ଜିଲ୍ଲାର ସହରରେ ଆଜି ୯ଟାରୁ ଆରମ୍ଭ ହେଲା ନାଇଟ୍ କର୍ଫ୍ୟୁ, ସବୁ ସହରରେ ପୁଲିସର କଡ଼ାକଡ଼ି ଯାଞ୍ଚ
  • ||
  • କୋଭିଡ୍ ସ୍ଥିତିର ସମୀକ୍ଷା କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବୈଠକରେ ବରିଷ୍ଠ ଅଧିକାରୀ ଉପସ୍ଥିତ
  • ||
  • ବିଷ ପିଇଥିବା ମହିଳାଙ୍କର ଭଦ୍ରକରୁ କଟକ ଯିବା ବାଟରେ ଭଣ୍ଡାରିପୋଖରୀ ନିକଟରେ ମୃତ୍ୟୁ
  • ||
  • ଆଜି ଭୁବନେଶ୍ୱରରୁ ୪୫୧ କରୋନା ପଜିଟିଭ୍ ଆକ୍ରାନ୍ତ, କ୍ୱାରେନଣ୍ଟାଇନ୍ କଣ୍ଟାକ୍ଟରୁ ୯୧, ଲୋକାଲ୍ କଣ୍ଟାକ୍ଟ ୩୬୦ ଚିହ୍ନଟ
  • ||
  • ବ୍ୟାରେଜ୍‌ ନିର୍ମାଣ ନେଇ ଆନ୍ଧ୍ରକୁ ସହଯୋଗ କରାଯାଉ – ନବୀନଙ୍କୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଚିଠି
  • ||
  • କୋଭିଡ୍‌ ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା , ରାତି ୮ଟାରେ ବୈଠକ ଡାକିଲେ ମୋଦି , ଟିକାକରଣ ନେଇ ମଧ୍ୟ କରିପାରନ୍ତି ସମୀକ୍ଷା , ମନ୍ତ୍ରାଳୟର ବରିଷ୍ଠ ଅଧିକାରୀମାନେ ରହିବେ ଉପସ୍ଥିତ
  • ||
  • ଆସିକାରୁ ପୋଲସରା ଯାଉଥିବା ମିନି ବସ୍ କବିସୂର୍ଯ୍ୟନଗର ଥାନା ନିକଟରେ ଓଲଟି ପ୍ରାୟ ୧୦ ଗୁରୁତର
  • ||
  • ପୁଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ପ୍ରେସ୍‌ମିଟ୍ – ଆଜି ରାତି ୯ଟାରୁ ଟ୍ୱିନ୍‌ ସିଟିରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯିବ , କଟକଣା ପାଳନ କରିବାକୁ ଲୋକଙ୍କ କଲେ ନିବେଦନ
  • ||
  • ଦେଶରେ କୋଭିଡ୍‌ ଟିକାର ଅଭାବ ନାହିଁ – ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ
  • ||
  • ବଲାଙ୍ଗୀର: ଏମିତି ବି ଆସେ ମୃତ୍ୟୁ, ଚା’ ପିଉଥିଲା ବେଳେ ହଠାତ ଟଳି ପଡିଲେ ଯୁବକ
  • ||
  • ନନ୍ଦପୁର: ଗାଁ ବନ୍ଧରେ ବୁଡ଼ି କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଶାଶୁଙ୍କ ଦେହାନ୍ତ
  • ||
  • ପାରଦୀପ: ପାରଦୀପ ମାଛଧରା ବନ୍ଦରରୁ ମାଛ ଧରା ଡଙ୍ଗା ଚୋରି, ଡଙ୍ଗା ଥିଲା ୧୦ ଲକ୍ଷ ଟଙ୍କା
  • ||
  • କଟକ: ନୂଆପାଟଣା ବାଲିଘାଟକୁ ନେଇ ଏନଜିଟିଙ୍କ କଡା ଆଦେଶ, ଯେଉଁ ଏସ୍କାଭେଟରରେ ବାଲି ଖନନ ହୋଇଥିଲା ସେ ସବୁ ମେସିନକୁ ଜବତ କର
  • ||
  • କଟକ: ରେଭେନ୍ସାରେ ପୁଣି ଧାରଣା ଦେଲେ ଛାତ୍ରଛାତ୍ରୀ, ହଷ୍ଟେଲ ବନ୍ଦ ନିଷ୍ପତ୍ତିକୁ ବିରୋଧ
  • ||
  • ରାୟଗଡା: ଗୁମା ଘାଟିରେ ଅଘଟଣ, ମହୁମାଛି ଆକ୍ରମଣରେ ୪ଜଣ ଆହତ
  • ||
  • ଭୁବନେଶ୍ୱର: ବେପାରୀଙ୍କ ଠାରୁ ୧୫ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ୍
  • ||
  • ସୁନ୍ଦରଗଡ଼: ଝାଡ଼ଖଣ୍ଡରୁ ଝିରପାଣି ଦେଇ ଯାଇଥିବା ରାଉରକେଲା ପ୍ରବେଶ ପଥକୁ ସିଲ କଲା ପ୍ରଶାସନ
  • ||

୫ ରାଜ୍ୟ ବିଧାନସଭା ନିର୍ବାଚନ: ୭୨ ଘଣ୍ଟା ମଧ୍ୟରେ ପେଟ୍ରୋଲ ପମ୍ପ୍‌ରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ହୋର୍ଡିଂ ହଟାଅକୁ ‘ଇସି’ଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୦୫/୦୩: ୪ ରାଜ୍ୟ ଓ ୧ କେନ୍ଦ୍ରଶାସିତ ଅଞ୍ଚଳରେ ଚଳିତମାସ ୨୭ ତାରିଖରୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ରାଜନୈତିକ ଦଳଗୁଡ଼ିକର ପ୍ରଚାର ଅଭିଯାନ ଜୋରଦାର ଚାଲିଛି । ତେବେ ଏହା ପୂର୍ବରୁ ବିଜେପିକୁ ନିର୍ବାଚନ କମିଶନଙ୍କ ଛାଟ ବାଜିଛି । ଏହି ୪ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପ୍‌ରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ହୋର୍ଡିଙ୍ଗ୍‌ ଦ୍ୱାରା ଆଦର୍ଶ ଆଚାର ସଂହିତା ଉଲ୍ଲଂଘନ ହେଉଛି ବୋଲି ନିର୍ବାଚନ କମିଶନ କହିଛନ୍ତି । ଏଥିସହ ୭୨ ଘଣ୍ଟା ମଧ୍ୟରେ ପେଟ୍ରୋଲ ପମ୍ପ୍‌ରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ସବୁ ହୋର୍ଡିଙ୍ଗ୍‌କୁ ହଟାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ନିର୍ବାଚନ କମିଶନ ଫେବ୍ରୁଆରୀ ୨୬ରେ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରିରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ । ଏହାପରେ ଏହିସବୁ ରାଜ୍ୟରେ ନିର୍ବାଚନ ଆଚରଣ ସଂହିତା ଲାଗୁ ହୋଇଯାଇଛି । ସେପଟେ କରୋନା ଟିକା ଦିଆଯିବା ପରେ ମିଳିବାକୁ ଥିବା ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବାରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ ଏହାକୁ ବିରୋଧ କରାଯାଇଛି । ଟିଏମ୍‌ସିର ରାଜ୍ୟସଭା ସଦସ୍ୟ ଡେରେକ୍‌ ଓ ବ୍ରିଏନ୍‌ ବୁଧବାର କହିଛନ୍ତି, ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଏଭଳି ସ୍ଥିତିରେ ଭାକ୍ସିନ୍‌ ସାର୍ଟିଫିକେଟ୍‌ରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଯିବା ଠିକ୍‌ ନୁହେଁ । ନିର୍ବାଚନ କମିଶନଙ୍କ ସମ୍ମୁଖରେ ଆମ ଦଳ ଏହି ପ୍ରସଙ୍ଗ ଉଠାଇବ ।